ମିଳିଲା ଓଡ୍ରାଫ କର୍ମଚାରୀ ସୀତାରାମଙ୍କ ମୃତଦେହ

କଟକ ଅଫିସ,୨୫।୯: କଟକ ମୁଣ୍ଡଳିରେ ଶୁକ୍ରବାର ରବର ବୋଟ ଓଲଟି ପଡ଼ିଥିଲା। ପରେ ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ନିଆଯାଇଥିଲା। ହେଲେ ଓଡ୍ରାଫ୍‌ କର୍ମଚାରୀ ସୀତାରାମ ମୁର୍ମୁ ନିଖୋଜ ଥିଲେ। ତାଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। କଖଡ଼ି ମହାଳପଡ଼ା ଗୁମେଇ ସାହିରୁ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ମୃତଦେହଟି ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ମୃତଦେହକୁ ଉଦ୍ଧାର କରାଯାଇ ମୁଣ୍ଡଳିସ୍ଥିତ ଓଡ୍ରାଫ କ୍ୟାମ୍ପକୁ ନିଆଯାଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ମୁଣ୍ଡଳି ବ୍ରିଜ ନିକଟରେ ମହାନଦୀରେ ଦନ୍ତା ହାତୀଟିଏ ଫସି ରହିଥିବା ବେଳେ ତାକୁ କୂଳକୁ ଘଉଡ଼ାଇ ଆଣିବା ପାଇଁ ଓଡ୍ରାଫ୍‌ର ଏକ ଟିମ୍‌ ରବର ବୋଟ ସାହାଯ୍ୟରେ ସେଠାକୁ ଯାଇଥିଲା। ଖବର ପ୍ରସାରଣ ପାଇଁ ସେମାନଙ୍କ ସହିତ ଓଟିଭିର ଚିଫ୍‌ ରିପୋର୍ଟର ଅରିନ୍ଦମ ଦାସ ଓ କ୍ୟାମେରା ପର୍ସନ ପ୍ରଭାତ ସିହ୍ନା ମଧ୍ୟ ଯାଇଥିଲେ। ତେବେ ନଦୀର ପ୍ରଖର ସ୍ରୋତରେ ବୋଟ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ପରେ ସମସ୍ତଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ କରାଯାଇଥିଲା। ତେବେ ଅରିନ୍ଦମ ଓ ସୀତାରାମ ଭାସି ଯାଇଥିଲେ। ଅରିନ୍ଦମଙ୍କୁ ଉଦ୍ଧାର କରାଯାଇଥିଲା। କଟକ ବଡ଼ ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା। କିନ୍ତୁ ସୀତାରାମଙ୍କ ପତ୍ତା ମିଳୁ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri