ଘାଟିରୁ ଜବତ ହେଲା ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ, ବଢ଼ିଲା ପୋଲିସର ଚିନ୍ତା

ପଟାଙ୍ଗି,୧୪ା୧୧(ଶରତ ଧଳ): ନିଖୋଜ କାଠ ବ୍ୟବସାୟୀଙ୍କ ମୃତଦେହ ଜବତ ନେଇ ପୋଲିସ ପାଇଁ ଚିନ୍ତା ବଢ଼ିଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ।

ସୂଚନାନୁଯାୟୀ, ଜୟପୁର ଅଞ୍ଚଳର ପାଓ୍ବାରହାଉସ ନିକଟ ପାଇଲ ବାସିନ୍ଦା ରାଧାକୃଷ୍ଣ ମହାପାତ୍ର ଗତ ରବିବାର ନିଜ ଘରୁ ବାହାରି ପଟ୍ଟାଙ୍ଗି ବ୍ଲକର ଦେଓପଟ୍ଟାଙ୍ଗି ଗ୍ରାମକୁ ଗଛ କାଠ କିଣିବାକୁ ଆସି ଘରକୁ ଫେରି ନଥିଲେ। ଯାହାକୁ ନେଇ ପରିବାର ସଦସ୍ୟ ଜୟପୁର ପୋଲିସ ନିକଟରେ ନିଖୋଜ ରହିଥିବା ଲିଖିତ ଅଭିଯୋଗ କରିଥିଲେ। ଯାହାକୁ ନେଇ ପୋଲିସ ଖୋଜାଖୋଜି କରିଥିଲେ ମଧ୍ୟ ଉଦ୍ଧାର କରିବାରେ ସକ୍ଷମ ହୋଇ ନ ଥିବାବେଳେ ୪ ଦିନ ପରେ ଗୁରୁବାର ସୁଙ୍କି ଘାଟିରୁ ନିଖୋଜ ଗଛ କାଠ ବ୍ୟବସାୟୀ ମହାପାତ୍ରଙ୍କ ମୃତଦେହ ଠାବ କରିବାରେ ସକ୍ଷମ ହୋଇଛି।
ଅନ୍ୟପକ୍ଷରେ ମୃତ ମହାପାତ୍ରଙ୍କୁ କାହିଁକି ହତ୍ୟା କରି ଉକ୍ତ ଘାଟିରେ ଫିଙ୍ଗା ଯାଇଛି ସେନେଇ ଜୟପୁର ଏବଂ ପଟ୍ଟାଙ୍ଗି ପୋଲିସ ୪ଜଣଙ୍କୁ ଚିହ୍ନଟ କରି ପଟ୍ଟାଙ୍ଗି ଥାନାରେ ଅଟକ ରଖି ପଚରାଉଚରା କରୁଛି। ଏନେଇ ସୁନାବେଡ଼ା ଏସ୍‌ଡିପିଓ ମନୋବ୍ରତା ଶତପଥୀ ହତ୍ୟାକାଣ୍ଡର ପ୍ରକୃତ କାରଣ କ’ଣ ସେନେଇ ଅଟକଙ୍କୁ ପଚରାଉଚରା ଚାଲିଥିବାବେଳେ ମୃତ ମହାପାତ୍ର କାଠ ବ୍ୟବସାୟକୁ ନେଇ କିଛି ଟଙ୍କା ବାକି ରଖିଥିଲେ ବୋଲି ଯାହା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri