ଘରୁ ମିଳିଲା ମା’ଝିଅଙ୍କ ମୃତଦେହ

ନାକଟିଦେଉଳ,୧ା୪: ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଦଖିବାକୁ ମିଳିଛି। ଘର ଭିତରୁ ମା’ଝିଅଙ୍କ ମୃତଦେହ କିସିଣ୍ଡା ପୋଲିସ ଜବତ କରିଛି। ମୃତକ  ହେଲେ ସୁଜାତା ପଟେଲ (୪୦) ଓ ତାଙ୍କ ନବମ ଶ୍ରେଣୀରେ ପଢୁଥିବା ଝିଅ ଉତ୍କଳିକା(ରଶ୍ମି)। କିସିଣ୍ଡା ଥାନା ଅଧିକାରୀ ଚିତ୍ତରଞ୍ଜନ ନାଏକ, ରେଢାଖୋଲ ଏସ୍‌ଡ଼ିପିଓ ହାଡ଼ିବନ୍ଧୁ ସ୍ବାଇଁ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ସାଇଣ୍ଟିଫିକ ଟିମ୍‌ ଉପସ୍ଥିତିରେ ତଦନ୍ତ ଆରମ୍ଭ କରିଛନ୍ତି।
ସୂଚନା ଅନୁଯାୟୀ, କିସିଣ୍ଡା ଗ୍ରାମର କିଶୋର ପଟେଲ ଯୁକ୍ତ ୩ରେ ପଢୁଥିବା ବଡ଼ଝିଅ ରୋଜି ପଟେଲ, ଶ୍ୱଶୁର ଉପେନ୍ଦ୍ର ନାଏକ ଓ ଶାଶୁଙ୍କ ସହିତ ଗତ ଶନିବାର କୌଣସି କାର୍ଯ୍ୟରେ ସୁନ୍ଦରଗଡ଼ ଯାଇଥିଲେ। ତେବେ ଗୁରୁବାର ଅପରାହ୍ନ ପ୍ରାୟ ୧ଟାରେ କିଶୋର ବସ୍‌ରେ ଫେରି ଘରକୁ ଯାଇଥିଲେ। ସେ କବାଟ ଖୋଲି ଘର ଭିତରେ ପଶିବାରୁ ପଚାଗନ୍ଧ ଆସିଥିଲା। ଘରେ ଥିବା ସ୍ତ୍ରୀ ସୁଜାତା, ଝିଅ ରଶ୍ମିଙ୍କୁ ବହୁବାର ଡ଼ାକିଥିଲେ ମଧ୍ୟ ସେମାନେ ଖଟରୁ ଉଠି ନ ଥିଲେ। ସନ୍ଦେହ ହେବାରୁ କିଶୋର ବାହାରକୁ ଆସି ସାହିପଡ଼ିଶା ଲୋକଙ୍କୁ ଜଣାଇଥିଲେ। ଖବର ପାଇ କିସିଣ୍ଡା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ଗତ ମଙ୍ଗଳବାର ରାତ୍ରିରୁ ମା’ଝିଅଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ହେଲେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏ ସମ୍ପର୍କରେ ରେଢାଖୋଲ ଏସଡ଼ିପିଓ ସ୍ବାଇଁଙ୍କୁ ପଚାରିବାରୁ, ମା’ ଝିଅଙ୍କ ମୃତଦେହ ଜବତ ହୋଇଥିବା ଘରୁ କୌଣସି ଜିନିଷପତ୍ର ଚୋରି ହୋଇନାହିଁ। ଶୋଇବା ଅବସ୍ଥାରେ ମୃତଦେହ ମିଳିଛି। ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛି। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri