Posted inUncategorized

ଗାଁକୁ ପଠାଗଲା ଖେଳ ଶିକ୍ଷକଙ୍କ ମୃତଦେହ

ନବରଙ୍ଗପୁର,୨୮ା୯(ସଦାଶିବ ପ୍ରହରାଜ): ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଭାଗ ନେବାକୁ ଉମରକୋଟରୁ ଏକ ବସ୍‌ରେ ସ୍କୁଲ ପିଲାମାନେ ଯାଉଥିଲେ। ଉକ୍ତ ବସ୍‌ଟି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ଖେଳ ଶିକ୍ଷକଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଉମରକୋଟ ସ୍ବାମୀ ବିବେକାନନ୍ଦ ବିଦ୍ୟାଳୟର ଖେଳ ଶିକ୍ଷକ ପ୍ରଭାସ କୁମାର ଜେନା(୨୪ )। ତାଙ୍କ ଘର ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ବାରବାଟିଆ ଗାଁରେ। ସରକାର ଚୁକ୍ତି ଭିତ୍ତିକ ଶିକ୍ଷକଙ୍କୁ ନିୟମିତ କରିବା ପରେ ସେ ରେଗୁଲାର ହୋଇଥିଲେ। ଝରିଗାଁରେ ମୃତଦେହ ବ୍ୟବଚ୍ଛେଦ ପରେ ମୃତଦେହକୁ ବାରବାଟିଆ ଗାଁକୁ ପଠାଇବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ମହା ପ୍ରୟାୟଣ ଗାଡି ବ୍ୟବସ୍ଥା କରାଯାଇଛି। ଡିଇଓ କ୍ରୀଡ଼ା ଶିକ୍ଷକ ଅଜୟ କୁମାର କମିଲା, ଗୌତମ କୁମାର ବେହେରା, ରାଜେନ୍ଦ୍ର କୁମାର ସେଠୀ ଓ ମଧୁସୂଦନ ପାଣିଗ୍ରାହୀଙ୍କୁ ଡେପୁଟ କରିଛନ୍ତି। ଏକ ଏସକଟ ଗାଡି ମୃତଦେହ ସହ ଯାଇ ପରିବାରକୁ ମୃତଦେହ ହସ୍ତାନ୍ତର କରିବ। ଅନ୍ତିମ ସଂସ୍କାର ପାଇଁ ବିଦ୍ୟାଳୟ ପକ୍ଷରୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ଏଠାରୁ ଯେଉଁ ଶିକ୍ଷକମାନେ ଯାଉଛନ୍ତି ସେମାନେ ପରିବାର ଲୋକଙ୍କୁ ମୃତଦେହ ଦେବେ ବୋଲି ପ୍ରଧାନ ଶିକ୍ଷକ ଅଜୟ କୁମାର ନାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ…

ବିଷାକ୍ତ ଶିଳ୍ପର ଯାତ୍ରା

ମାନବ ସଭ୍ୟତାର ସବୁଠାରୁ ବଡ଼ ଦୁଃଖଦ ଘଟଣା ମଧ୍ୟରୁ ଗୋଟିଏ ହେଉଛି, ଯେତେବେଳେ ଶିଳ୍ପ ଏବଂ ଲାଭ ପାଇଁ ଭୋକ ବୃଦ୍ଧି ପାଇଛି, ସେତେବେଳେ ପ୍ରଥମେ ମାନବ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

ଭାରତ-ପାକିସ୍ତାନ ମହାମୁକାବିଲାକୁ ନେଇ ଆସିଲା ବଡ଼ ଅପଡେଟ୍‌: ୨୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୯।୨: ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। କିନ୍ତୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲାକୁ ନେଇ ଏବେ ବି ଅନିଶ୍ଚିତତା ରହିଛି। ପରିସ୍ଥିତି ସ୍ପଷ୍ଟ କରିବା ପାଇଁ…

ସାମ୍ନାକୁ ଆସିଲା ସୁଇସାଇଡ ନୋଟ: ଆତ୍ମହତ୍ୟା କରିବା ପୂର୍ବରୁ ବାପାଙ୍କୁ ଏମିତି କଥା ଲେଖିଥିଲେ ୩ ଭଉଣୀ

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦର ଟିଲା ମୋଡ ପୋଲିସ ଷ୍ଟେଶନ ଅଞ୍ଚଳର ଭାରତ ସିଟି ସୋସାଇଟିରେ ଏକ ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ତିନି ଭଉଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri