କମ୍ପାନୀ କ୍ୱାର୍ଟର୍ସରୁ ସୁପରଭାଇଜରଙ୍କ ମୃତଦେହ ଠାବ

କାମାକ୍ଷାନଗର, ୨।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା କାନପୁରା ଗ୍ରାମସ୍ଥିତ ମିଶ୍ରିଲାଲ କମ୍ପାନୀ କ୍ୱାର୍ଟର୍ସରୁ ଜଣେ ସୁପରଭାଇଜରଙ୍କ ଝୁଲନ୍ତା ମୃତଦେହ ବୁଧବାର ପୂର୍ବାହ୍ନରେ ଠାବ କରାଯାଇଛି। ମୃତକ ହେଲେ ଖୁଣ୍ଟୁଣୀ ଥାନା ମହାକାଳବସ୍ତ ଗ୍ରାମର ଅମିତ ପୁହାଣ। ଅମିତଙ୍କୁ କେହି ହତ୍ୟା କରି ଝୁଲାଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ମାନସିକ ଭାରସାମ୍ୟ ହରାଇ ଯୁବକ ଜଣକ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।
ଅମିତ୍‌ ସକାଳେ ଶ୍ରମିକଙ୍କୁ କମ୍ପାନୀକୁ ପଠାଇଦେଇ କ୍ୱାର୍ଟର୍ସକୁ ଯାଇଥିଲେ। କିଛି ସମୟ ପରେ ପ୍ରକୋଷ୍ଠରେ ତାଙ୍କ ମୃତଦେହ ଝୁଲୁଥିଲା। ଏହା ଜଣାପଡ଼ିବା ପରେ କମ୍ପାନୀ କର୍ତ୍ତୃପକ୍ଷ ପରିବାର ଓ ପୋଲିସକୁ ସୂଚନା ଦେଇଥିଲେ। ଏ ସମ୍ପର୍କରେ କାମାକ୍ଷାନଗର ଥାନାଧିକାରୀ ସୁନୀଲ କୁମାର କର କୁହନ୍ତି, ଯୁବକ ଜଣକ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି। କାରଣ ସେ ଘଟଣା ପୂର୍ବଦିନ ରାତିରେ ହ୍ବାଟ୍‌ସଆପ୍‌ରେ ଆତ୍ମହତ୍ୟା ସମ୍ପର୍କିତ ଷ୍ଟାଟସ୍‌ ଦେଇଥିଲେ। ଏଥିସହ ମୃତ୍ୟୁବେଳର ସମୟରେ ଭିଡିଓ ମଧ୍ୟ ରେକର୍ଡିଂ କରିଛନ୍ତି। ଏ ନେଇ କାମାକ୍ଷାନଗର ଥାନାରେ ନଂ. ୮/୨୨ରେ ଏକ ଅପମତ୍ୟୁ ମାମଲା ରୁଜୁ ହୋଇଛି। ପୋଲିସ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଥିବାବେଳେ ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ତଦନ୍ତ ଆରମ୍ଭ ହୋଇଛି ବୋଲି ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ

ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri