କମ୍ପାନୀ କ୍ୱାର୍ଟର୍ସରୁ ସୁପରଭାଇଜରଙ୍କ ମୃତଦେହ ଠାବ

କାମାକ୍ଷାନଗର, ୨।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା କାନପୁରା ଗ୍ରାମସ୍ଥିତ ମିଶ୍ରିଲାଲ କମ୍ପାନୀ କ୍ୱାର୍ଟର୍ସରୁ ଜଣେ ସୁପରଭାଇଜରଙ୍କ ଝୁଲନ୍ତା ମୃତଦେହ ବୁଧବାର ପୂର୍ବାହ୍ନରେ ଠାବ କରାଯାଇଛି। ମୃତକ ହେଲେ ଖୁଣ୍ଟୁଣୀ ଥାନା ମହାକାଳବସ୍ତ ଗ୍ରାମର ଅମିତ ପୁହାଣ। ଅମିତଙ୍କୁ କେହି ହତ୍ୟା କରି ଝୁଲାଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ମାନସିକ ଭାରସାମ୍ୟ ହରାଇ ଯୁବକ ଜଣକ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।
ଅମିତ୍‌ ସକାଳେ ଶ୍ରମିକଙ୍କୁ କମ୍ପାନୀକୁ ପଠାଇଦେଇ କ୍ୱାର୍ଟର୍ସକୁ ଯାଇଥିଲେ। କିଛି ସମୟ ପରେ ପ୍ରକୋଷ୍ଠରେ ତାଙ୍କ ମୃତଦେହ ଝୁଲୁଥିଲା। ଏହା ଜଣାପଡ଼ିବା ପରେ କମ୍ପାନୀ କର୍ତ୍ତୃପକ୍ଷ ପରିବାର ଓ ପୋଲିସକୁ ସୂଚନା ଦେଇଥିଲେ। ଏ ସମ୍ପର୍କରେ କାମାକ୍ଷାନଗର ଥାନାଧିକାରୀ ସୁନୀଲ କୁମାର କର କୁହନ୍ତି, ଯୁବକ ଜଣକ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି। କାରଣ ସେ ଘଟଣା ପୂର୍ବଦିନ ରାତିରେ ହ୍ବାଟ୍‌ସଆପ୍‌ରେ ଆତ୍ମହତ୍ୟା ସମ୍ପର୍କିତ ଷ୍ଟାଟସ୍‌ ଦେଇଥିଲେ। ଏଥିସହ ମୃତ୍ୟୁବେଳର ସମୟରେ ଭିଡିଓ ମଧ୍ୟ ରେକର୍ଡିଂ କରିଛନ୍ତି। ଏ ନେଇ କାମାକ୍ଷାନଗର ଥାନାରେ ନଂ. ୮/୨୨ରେ ଏକ ଅପମତ୍ୟୁ ମାମଲା ରୁଜୁ ହୋଇଛି। ପୋଲିସ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଥିବାବେଳେ ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ତଦନ୍ତ ଆରମ୍ଭ ହୋଇଛି ବୋଲି ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri