ଜେନାପୁର,୨।୩(ଡି.ଏନ.ଏ.): ଜେନାପୁର ଥାନା ଏରଷଣ୍ଢା ଗ୍ରାମ ନିକଟସ୍ଥ ହାଇଲେଭଲ କେନାଲ କୂଳ ଏକ ଗଛମୂଳରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତଦେହ ବସ୍ତାରେ ବନ୍ଧାହୋଇ ପଡ଼ିଥିଲା। ଯାଜପୁର ରୋଡ୍ ଓ କୁଆଖିଆ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଛନ୍ତି। ମୃତ ଯୁବକ ହେଲେ ଯାଜପୁର ରୋଡ୍ ଥାନା ଅନ୍ତର୍ଗତ ମୁଣ୍ଡାମାଳ ଗ୍ରାମର ମାଧବ ମହାରଣା(୨୬)।
ପୋଲିସ ସୂଚନା ମୁତାବକ, ମାଧବ ୨୬ ତାରିଖରେ ଘରୁ ଆସି ଆଉ ଫେରି ନ ଥିଲେ। ପରିବାର ଲୋକେ ଖୋଜି ନିରାଶ ହୋଇଥିଲେ। ଏହାପରେ ତାଙ୍କ ସ୍ତ୍ରୀ ରଶ୍ମିତା ସ୍ବାମୀଙ୍କ ନିଖୋଜ ନେଇ ଥାନାରେ ଅଭିଯୋଗ କରିଥିଲେ। ସେ ଦର୍ଶାଇଥିଲେ ଯେ, ତାଙ୍କ ସ୍ବାମୀ ବାଲି ଲୋଡ୍ କରିବାକୁ ଯାଇଥିଲେ। ହେଲେ ଆଉ ଘରକୁ ଫେରି ନ ଥିଲେ। ଯାଜପୁର ରୋଡ୍ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇ ଥିଲା। ତଦନ୍ତବେଳେ ଏହି ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ପୋଲିସ କୁଆଖିଆ ଥାନା ବାରଡାଙ୍ଗି ଗ୍ରାମର ଦୁଇ ଯୁବକଙ୍କୁ ଅଟକ ରଖିଥିଲା। ସେମାନଙ୍କ ବୟାନ ଓ ସନ୍ଧାନୀ କୁକୁର ସାହାଯ୍ୟରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ମୃତଦେହ ଜବତ ବେଳେ ଯାଜପୁର ଏସ୍ଡିପିଓ ଚିନ୍ମୟ ନାୟକ ଉପସ୍ଥିତ ଥିଲେ। ଯାଜପୁର ରୋଡ୍ ଥାନା ଅଧିକାରୀ ଉପେନ୍ଦ୍ର କୁମାର ନାୟକ କହିଛନ୍ତି, ତଦନ୍ତ ଚାଲିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ଘଟଣା ଉପରୁ ରହସ୍ୟ ହଟିବ। ଅନ୍ୟପକ୍ଷରେ ମାଧବଙ୍କୁ ବାରଡାଙ୍ଗି ଗ୍ରାମର ସମ୍ପୃକ୍ତ ୨ ଯୁବକ ହତ୍ୟା କରିଥିବା ତାଙ୍କ ଭାଇ ବିଜୟ କୁଆଖିଆ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ଏକ ମାମଲା ନଂ.୭୫/୨୨ ରୁଜୁ ହୋଇଛି।
Posted inHome Left, ଆମ ଜିଲା ଖବର, ଯାଜପୁର View All
ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…
ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…
୩୦ରେ ଇଣ୍ଡିଆ ବ୍ଲକ୍ର ବୈଠକ, ହେବ ବଡ଼ ଆଲୋଚନା
ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)କୁ ନେଇ ଦେଖାଦେଇଥିବା ଉଦ୍ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…
ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ
କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…
କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ
ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…
ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ
ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…
କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…
କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…
ଗାଜଲବାଡି ଘାଟି ସିଲ୍କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର
ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…
କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ
କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

