ଯୁବକଙ୍କ ମୃତଦେହ ଜବତ, ହତ୍ୟା ଅଭିଯୋଗ ଆଣିଲେ ବାପା

ଫୁଲବାଣୀ, ୨୭ା୧୧(ରାକେଶ କୁମାର ରାଉତ): ଫୁଲବାଣୀସ୍ଥିତ ନାରାୟଣୀ ମନ୍ଦିର ନିକଟ ନଦୀ ପାଶର୍‌ବରୁ ଜଣେ ଯୁବକଙ୍କ ମୃତଦେହକୁ ସୋମବାର ଫୁଲବାଣୀ ଟାଉନ ଥାନା ପୋଲିସ ଜବତ କରିଛି । ଯୁବକ ଜଣକ ହେଲେ ସ୍ଥାନୀୟ ମୋଚି ସାହିର ବୈକୁଣ୍ଠ ମେହେର(୪୬)। ବୈକୁଣ୍ଠଙ୍କୁ ହତ୍ୟା କରାଯାଇଛି ବୋଲି ବାପା ଅଭିମନ୍ୟୁ ଫୁଲବାଣୀ ଟାଉନ ଥାନାରେ ଅଭିଯୋଗ କରିଥିବା ବେଳେ ବୈକୁଣ୍ଠଙ୍କ ସ୍ତ୍ରୀ ରଶ୍ମିତା ସ୍ବାମୀ ବିଷ ପିଇ ମରିଛନ୍ତି ବୋଲି ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ଅଭିମନ୍ୟୁଙ୍କ ଅଭିଯୋଗ ଅନୁସାରେ, ବୈକୁଣ୍ଠ ପୂର୍ବରୁ ବିବାହିତ ଥିଲେ। ତାଙ୍କର ପ୍ରଥମ ସ୍ତ୍ରୀ ମରିଯିବା ପରେ ୨୦ ବର୍ଷ ହେବ କଳାହାଣ୍ଡି ଜିଲା ଜୁନାଗଡ ଅଞ୍ଚଳ କଟିକ୍‌ପଦର ଅଞ୍ଚଳର ଜଣେ ବିବାହିତା ମହିଳା ରଶ୍ମିତା ମେହେରଙ୍କୁ ବିବାହ କରିଥିଲେ। ପୂର୍ବରୁ ରଶ୍ମିତାଙ୍କର ଗୋଟିଏ ପୁଅ ଥିଲା ା ବିବାହ ପରେ ତାଙ୍କର ଆଉ ଦୁଇଟି ପୁଅ ହୋଇଥିଲା। ହେଲେ ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଅନେକ ସମୟରେ କୌଣସି କାରଣକୁ ନେଇ ଝଗଡ଼ା ହେଉଥିଲା। ଟିକାବାଲି ଅଞ୍ଚଳର ଜଣେ ବିବାହିତ ଯୁବକଙ୍କ ସହ ରଶ୍ମିତାଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିବାରୁ ଏଭଳି ଅସନ୍ତୋଷ ଦେଖାଯାଇଥିଲା। ସମ୍ପୃକ୍ତ ପ୍ରେମିକ ଏବଂ ତାଙ୍କର ପୁଅମାନେ ବାରମ୍ବାର ବୈକୁଣ୍ଠଙ୍କୁ ମାରିଦେବାକୁ ଧମକ ଦେଉଥିଲେ। ଗତ ୨୬ ତାରିଖ ଦିନ ସେମାନେ ବୈକୁଣ୍ଠଙ୍କୁ ପିଟିଥିଲେ। ଏଥିରେ ରଶ୍ମିତା ମଧ୍ୟ ସାମିଲ ଥିଲେ। ହେଲେ ସେହିଦିନ ପୁଅ ଆଉ ଘରକୁ ଫେରି ନ ଥିଲା। ସୋମବାର ବୈକୁଣ୍ଠର ମୃତଦେହ ନାରାୟଣୀ ମନ୍ଦିର ପାଖରେ ପଡ଼ିଥିଲା। ମୋ ପୁଅକୁ ସେମାନେ ହତ୍ୟା କରିଛନ୍ତି ବୋଲି ବାପା ଅଭିଯୋଗରେ ଦର୍ଶାଇଛନ୍ତି। ପୋଲିସ ଘଟଣାସ୍ଥାଳରୁ କିଛି ମେଡିସିନ, ମୋବାଇଲ ଜବତ କରିଛି। ପ୍ରାଥମିକ ତଦନ୍ତରୁ ଘଟଣାସ୍ଥଳରୁ କିଛି କ୍ଲୋରୋକୁଇନ ବଟିକା ମିଳିଛି। ତେବେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ପଦାକୁ ଆସିବ ବୋଲି ଥାନାଧିକାରୀ କନକ କୁମାର ମାଝି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri