ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ

ଗୋପାଳପୁର,୨୫ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଶନିବାର ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଠାବ କରିଛି। ମୃତ ଯୁବକ ଜଣକ ଭଦ୍ରକ ଜିଲା ହରିପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ (୨୭) ବୋଲି ଜଣାପଡ଼ିଛି।

ସୂଚନାନୁସାରେ, ଭଦ୍ରକ ଜିଲା ଅଧିନସ୍ଥ ହରିପୁରର ପୂର୍ଣ୍ଣଚନ୍ଦ୍ର ଗୋପାଳପୁର ଥାନା ଅଧିନସ୍ଥ ଆମ୍ବପୁଆ ଅଞ୍ଚଳରେ ରହି ଦୁଇ ମାସ ହେଲା କାମ କରୁଥିଲେ। ଶନିବାର ସେଣ୍ଟ୍ରାଲ ସ୍କୁଲ ଯିବା ରାସ୍ତା ନିକଟରେ ଜଙ୍ଗଲରେ ଥିବା ଏକ ଗଛରେ ପୂର୍ଣ୍ଣ ରଶି ଲଗାଇ ଝୁଲି ପଡ଼ିଥିଲେ। ସ୍ଥାନୀୟ ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ। ଗୋପାଳପୁର ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ଏ ନେଇ ପୋଲିସ ୨୫/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୂର୍ଣ୍ଣ ପରିବାର ଲୋକ ଏଠାରେ ରହୁ ନ ଥିବା ବେଳେ ଆସିବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବା ସହ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପୂର୍ଣ୍ଣଙ୍କ ମୃତ୍ୟୁ ସମ୍ପର୍କରେ ଜଣାପଡ଼ିବ ବୋଲି ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri