ଜଙ୍ଗଲରୁ କନିଷ୍ଠଯନ୍ତ୍ରୀଙ୍କ ମୃତଦେହ ଜବତ

ଚମ୍ପୁଆ,୨୫ା୯(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ଜୟନ୍ତିନାପୁର ଜଙ୍ଗଲରୁ ଜଣେ କନିଷ୍ଠଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ଜୟନ୍ତିନାପୁର ଗ୍ରାମର ରାମକୃଷ୍ଣ ସିଂ(୩୫)। ସେ ଚମ୍ପୁଆ ବ୍ଲକ୍‌ରେ କନିଷ୍ଠଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ। ରବିବାର ରାତିରୁ ନିଖୋଜ ଥିଲେ। ପୋଲିସ ସାଇଣ୍ଟିଫିକ ଟିମ୍‌ ଦ୍ୱାରା ଘଟଣାସ୍ଥଳରୁ ନମୁନା ସଂଗ୍ରହ କରି ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ଚମ୍ପୁଆ ବ୍ଲକ୍‌ରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ରାମକୃଷ୍ଣ ଗତ ରବିବାର ଘରୁ କୁଆଡ଼େ ପଳାଇ ଯାଇଥିଲେ। ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ପାଇ ନ ଥିଲେ। ସୋମବାର ଜୟନ୍ତିନାପୁର ଛକଠାରୁ କିଛିଦୂର ବୈତରଣୀ ନଦୀ କୂଳ ଘଞ୍ଚ ଜଙ୍ଗଲରେ ତାଙ୍କ ବାଇକ୍‌ ଦେଖି ସ୍ଥାନୀୟ ଲୋକେ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ପହଞ୍ଚତ୍ ଲୋକଙ୍କ ସହ ଖୋଜାଖୋଜି କରିବାରୁ ଏକ ଆକାଶିଆ ଗଛରେ ମୃତଦେହ ଝୁଲୁଥିବା ଦେଖିଥିଲେ। ପୋଲିସ ପହଞ୍ଚତ୍ ମାଜିଷ୍ଟେଟଙ୍କ ଉପସ୍ଥିତିରେ ମୃତଦେହକୁ ତଳକୁ କାଢ଼ି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇଥିଲା। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୪୧/୨୩) ରୁଜୁ ହୋଇଛି। ସାଇଣ୍ଟିଫିକ୍‌ ଟିମ୍‌ ଜରିଆରେ ନମୁନା ସଂଗ୍ରହ କରାଯାଇଛି। ଦୀର୍ଘଦିନରୁ ସେ ଅସୁସ୍ଥ ରହିଥିବାରୁ ଏପରି ନିଷ୍ପତ୍ତି ନେଇଥାଇପାରନ୍ତି ବୋଲି ପୋଲିସ ଅନୁମାନ କରୁଥିବା ତଦନ୍ତକାରୀ ଅଫିସର ଶାନ୍ତନୁ କୁମାର ଜେନା ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri