ବିଲରୁ ବ୍ୟକ୍ତିଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ଡେରାବିଶ,୨୨ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଭାଗବତପୁର ପଞ୍ଚାୟତ ଶ୍ୟାମସୁନ୍ଦରପୁର (ମେଳକସାହି) ଗ୍ରାମର ଜଣେ ବ୍ୟକ୍ତି ଭ୍ରମରବର ରାଉତ (୪୦)ଙ୍କ ମୃତଦେହକୁ ଗୁରୁବାର ସକାଳେ ସ୍ଥାନୀୟ ଚଣ୍ଡିବଜାରସ୍ଥିତ ରାସ୍ତାକଡ଼ର ଏକ ବିଲରୁ ଜବତ କରାଯାଇଛି । ତେବେ ଭ୍ରମରଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ସ୍ତ୍ରୀ ମମତା ଆଜି ସଦରଥାନାରେ ଅଭିଯୋଗ କରିଛନ୍ତି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଭିଯୋଗରେ ଦର୍ଶାଯାଇଥିବା ବେଳେ ଭ୍ରମରଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

ଆଜି ପୂର୍ବାହ୍ନରେ କଟକ-ଚାନ୍ଦବାଲି ରାସ୍ତାର ଚଣ୍ଡିବଜାର ନିକଟରେ ଶତାଧିକ ବ୍ୟକ୍ତି ଭ୍ରମରଙ୍କ ପରିବାରକୁ ନ୍ୟାୟ ଦେବା ସହ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଦାବି କରି ଦୀର୍ଘସମୟ ଧରି ରାସ୍ତା ଅବରୋଧ କରିଥିଲେ। ସ୍ଥାନୀୟ ଲୋକଙ୍କ ଦାବି ଅନୁଯାୟୀ ବାଲିଆ ଠାରେ ଖୋଲାଯାଇଥିବା ସରକାରୀ ମଦ ଦୋକାନ ଉଚ୍ଛେଦ ପାଇଁ ଭ୍ରମରଙ୍କ ସମେତ ସ୍ଥାନୀୟ ଅଞ୍ଚଳର କିଛି ବ୍ୟକ୍ତି ଦାବି କରି ଆସୁଥିଲେ । ଏଥିପାଇଁ କେହି ଭ୍ରମରଙ୍କ ଉପରେ ଆକ୍ରୋଶ ରଖିଥିବା ନେଇ ତାଙ୍କ ସ୍ତ୍ରୀ ମମତା ଓ ସ୍ଥାନୀୟ ଲୋକ ସୂଚନା ଦେଇଥିଲେ। ତେବେ ବୁଧବାର ରାତି ୧୧ଟାରେ ମଦ ଦୋକାନ ମ୍ୟାନେଜର ମହେଶ କୁମାର ନାୟକ ଓ ମାଲିକ ପ୍ରକାଶ କୁମାର କର ଭ୍ରମରଙ୍କୁ ଘରୁ ଡାକି ନେଇଯାଇଥିଲେ। ମଦ ଦୋକାନକୁ ଯାଇଥିବା ଏକ ବିଦ୍ୟୁତ୍‌ ତାରରେ କରେଣ୍ଟ ଲଗାଇ ଭ୍ରମରଙ୍କୁ ମାରି ଦିଆଯାଇଥିବା ନେଇ ମମତା ତାଙ୍କ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ତେବେ ଦୀର୍ଘ ସମୟ ଧରି ରାସ୍ତାରେ ଶହଶହ ସଂଖ୍ୟାରେ ଯାନବାହନ ଅଟକି ରହିବା ପରେ କେନ୍ଦ୍ରାପଡ଼ା ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳକୁ ଆସି ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ମୃତ୍ୟୁର କାରଣ ସମ୍ପର୍କରେ ଅନୁଧ୍ୟାନ କରୁଛନ୍ତି। ଅଭିଯୋଗକୁ ଭିତ୍ତି କରି ଥାନାରେ ୪୧୦/୨୧ରେ ଏକ ମାମଲା ରୁଜୁ ହୋଇଥିବା ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ଭାଗବତ ମାହାଳି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri