ବିଲରୁ ବ୍ୟକ୍ତିଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ଡେରାବିଶ,୨୨ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଭାଗବତପୁର ପଞ୍ଚାୟତ ଶ୍ୟାମସୁନ୍ଦରପୁର (ମେଳକସାହି) ଗ୍ରାମର ଜଣେ ବ୍ୟକ୍ତି ଭ୍ରମରବର ରାଉତ (୪୦)ଙ୍କ ମୃତଦେହକୁ ଗୁରୁବାର ସକାଳେ ସ୍ଥାନୀୟ ଚଣ୍ଡିବଜାରସ୍ଥିତ ରାସ୍ତାକଡ଼ର ଏକ ବିଲରୁ ଜବତ କରାଯାଇଛି । ତେବେ ଭ୍ରମରଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ସ୍ତ୍ରୀ ମମତା ଆଜି ସଦରଥାନାରେ ଅଭିଯୋଗ କରିଛନ୍ତି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଭିଯୋଗରେ ଦର୍ଶାଯାଇଥିବା ବେଳେ ଭ୍ରମରଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

ଆଜି ପୂର୍ବାହ୍ନରେ କଟକ-ଚାନ୍ଦବାଲି ରାସ୍ତାର ଚଣ୍ଡିବଜାର ନିକଟରେ ଶତାଧିକ ବ୍ୟକ୍ତି ଭ୍ରମରଙ୍କ ପରିବାରକୁ ନ୍ୟାୟ ଦେବା ସହ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଦାବି କରି ଦୀର୍ଘସମୟ ଧରି ରାସ୍ତା ଅବରୋଧ କରିଥିଲେ। ସ୍ଥାନୀୟ ଲୋକଙ୍କ ଦାବି ଅନୁଯାୟୀ ବାଲିଆ ଠାରେ ଖୋଲାଯାଇଥିବା ସରକାରୀ ମଦ ଦୋକାନ ଉଚ୍ଛେଦ ପାଇଁ ଭ୍ରମରଙ୍କ ସମେତ ସ୍ଥାନୀୟ ଅଞ୍ଚଳର କିଛି ବ୍ୟକ୍ତି ଦାବି କରି ଆସୁଥିଲେ । ଏଥିପାଇଁ କେହି ଭ୍ରମରଙ୍କ ଉପରେ ଆକ୍ରୋଶ ରଖିଥିବା ନେଇ ତାଙ୍କ ସ୍ତ୍ରୀ ମମତା ଓ ସ୍ଥାନୀୟ ଲୋକ ସୂଚନା ଦେଇଥିଲେ। ତେବେ ବୁଧବାର ରାତି ୧୧ଟାରେ ମଦ ଦୋକାନ ମ୍ୟାନେଜର ମହେଶ କୁମାର ନାୟକ ଓ ମାଲିକ ପ୍ରକାଶ କୁମାର କର ଭ୍ରମରଙ୍କୁ ଘରୁ ଡାକି ନେଇଯାଇଥିଲେ। ମଦ ଦୋକାନକୁ ଯାଇଥିବା ଏକ ବିଦ୍ୟୁତ୍‌ ତାରରେ କରେଣ୍ଟ ଲଗାଇ ଭ୍ରମରଙ୍କୁ ମାରି ଦିଆଯାଇଥିବା ନେଇ ମମତା ତାଙ୍କ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ତେବେ ଦୀର୍ଘ ସମୟ ଧରି ରାସ୍ତାରେ ଶହଶହ ସଂଖ୍ୟାରେ ଯାନବାହନ ଅଟକି ରହିବା ପରେ କେନ୍ଦ୍ରାପଡ଼ା ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳକୁ ଆସି ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ମୃତ୍ୟୁର କାରଣ ସମ୍ପର୍କରେ ଅନୁଧ୍ୟାନ କରୁଛନ୍ତି। ଅଭିଯୋଗକୁ ଭିତ୍ତି କରି ଥାନାରେ ୪୧୦/୨୧ରେ ଏକ ମାମଲା ରୁଜୁ ହୋଇଥିବା ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ଭାଗବତ ମାହାଳି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri