ଷ୍ଟାର୍ଟରେ ଥିବା କାର୍‌ରୁ ମିଳିଲା ମୃତଦେହ

ହିନ୍ଦୋଳ,୨।୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ପୁରୁଣା କଟକ ସମ୍ବଲପୁର ରାସ୍ତା ପାର୍ଶ୍ୱ କାଜଲ ଢାବା ନିକଟରୁ ଏକ କାର ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ଏହା ଲୋକଙ୍କ ମଧ୍ୟରେ ଆଲୋଡନ ସୃଷ୍ଟି କରିଛିି। ଗତ କାଲିଠାରୁ କାରଟି ଷ୍ଟାର୍ଟରେ ଥିବା ବେଳେ ସେଥିରୁ ଏହି ଯୁବକଙ୍କ ମୃତଦେହ ଜବତ ହୋଇଛି। ଖବର ପାଇ ହିନ୍ଦୋଳ ପୋଲିସ ପହଞ୍ଚି ଗାଡ଼ି କାଚ ଭାଙ୍ଗି ମୃତଦେହ ଜବତ କରିଥିଲା। ଏହା ସହ ମୋବାଇଲ ଏବଂ ବହୁ ଗୁରୁତପୂର୍ଣ୍ଣ କାଗଜପତ୍ର ମଧ୍ୟ ପାଇଥିଲା। ପ୍ରାଥମିକ ତଦନ୍ତରୁ ପୋଲିସ ମହାରାଷ୍ଟ୍ର ନାଗପୁରର ପ୍ରଣବ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ବୋଲି ଜାଣିବାକୁ ପାଇଥିଲା । ପରେ ତାଙ୍କ ଘର ଢେଙ୍କାନାଳ ଭୁବନର କାନପୁରକୁ ପୋଲିସ ଜଣାଇଥିଲା। ସେ ମହାରାଷ୍ଟ୍ରର ନାଗପୁରରେ ରହି ମାଇନ୍ସରେ ଅତିରିକ୍ତ ମ୍ୟାନେଜର କାମ କରିବା ସହ ସେଠାରେ ବିବାହ କରିଥିଲେ। ତାଙ୍କର ୨ ବର୍ଷର ଏକ ଝିଅ ଏବଂ ସ୍ତ୍ରୀ ନାଗପୁରରେ ରହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri