ଯେଉଁଘରେ ପଡ଼ିଥିଲା ବିବାହ ପ୍ରସ୍ତାବ, ସେହି ଘର କୁଅରୁ ମିଳିଲା ମୃତଦେହ

ଖୋର୍ଦ୍ଧା ଅଫିସ,୩୦।୮: ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁ ଘରେ ଯୁବକଙ୍କ ବିବାହ ପ୍ରସ୍ତାବ ପଡ଼ିଥିଲା ସେହି ଘରର କୂଅରୁ ତାଙ୍କର ମୃତଦେହକୁ ପୋଲିସ ଉଦ୍ଧାର ହୋଇଛିି। ମୃତ ଯୁବକଙ୍କ ହେଲେ ଅଶୋକ ନାୟକ(୩୨)। ଘର ବାଣପୁର ଥାନା ଅନ୍ତର୍ଗତ ନିମୁନ ଗାଁରେ।
ସୋମବାର ସକାଳେ କୂଅରେ ଅଶୋକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ଖବରପାଇ ନାଚୁଣୀ ଫାଣ୍ଡି ପୋଲିସ ଉପସ୍ଥିତିରେ ଦମକଳ ବାହିନୀ ଅଶୋକଙ୍କ ମୃତଦେହକୁ କୂଅରୁ ଉଦ୍ଧାର କରିଥିଲେ। ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।
ମିଳିଥିବା ସୂଚନା ଅନୁଯାୟୀ, କିଛି ମାସ ତଳେ ଅଶୋକଙ୍କ ଉକ୍ତ ଗାଁରେ ବିବାହ ପ୍ରସ୍ତାବ ପଡ଼ିଥିଲା। ହେଲେ ଝିଅ ଘର ଲୋକେ ଏହି ପ୍ରସ୍ତାବକୁ ଗ୍ରହଣ କରି ନଥିଲେ। ସୋମବାର ତାଙ୍କ ଘର ବା ଥିବା କୂଅରୁ ଅଶୋକଙ୍କ ମୃତଦେହ ମିଳିଛି। କନ୍ୟା ଘର ବିବାହ ଲାଗି ମନା କରିଦେଇଥିବାରୁ ସେ କୂଅରେ ଡେଇଁ ଆତ୍ମହତ୍ୟା କରିଥିବା କୁହାଯାଉଛି। ତେବେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ନାଚୁଣୀ ଫାଣ୍ଡି ଅଧିକାରୀ କହିଛନ୍ତି। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri