୧୪ ଘଣ୍ଟା ପରେ ଉଠାଗଲା ମୃତଦେହ

ଅନୁଗୋଳ ଅଫିସ୍‌, ୧୩ା୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀଙ୍କ ମୃତ୍ୟୁ ପରେ କରୋନା ସନ୍ଦେହରେ ଦୀର୍ଘ ୧୪ ଘଣ୍ଟା ମୃତଦେହ ପକାଇ ରଖାଯାଇଥିଲା। ରବିବାର ଅପରାହ୍ନ ୪ଟାରେ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ଶବ ବ୍ୟବଚ୍ଛେଦ କରାଯାଇ ହସ୍ତାନ୍ତର କରାଯାଇଥିଲା। ମେଡିକାଲ କର୍ତ୍ତୃପକ୍ଷଙ୍କ ଏପରି କାର୍ଯ୍ୟକୁ ନେଇ ମୃତକଙ୍କ ପରିବାର ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ହୁଲୁରୁସିଂହା ଅଞ୍ଚଳର ସୁଦର୍ଶନ ବାରିକ(୬୫) ଗତମାସ ୨୬ ତାରିଖରେ ଦୁର୍ଘଟଣାରେ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେଠାରୁ ତାଙ୍କୁ କଟକ ପଠାଇ ଦିଆଯାଇଥିଲା। ତେବେ କଟକ ବଡ଼ ମେଡିକାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ଡାକ୍ତର ଗତ ୬ ତାରିଖରେ ସୁଦର୍ଶନଙ୍କୁ ଅନୁଗୋଳ ମେଡିକାଲ ଫେରାଇ ଦେଇଥିଲେ। କଟକରୁ ଆସି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିବା ପରେ ତାଙ୍କୁ ଅସ୍ଥିଶଲ୍ୟ ବିଭାଗରେ ଆଡମିଶନ କରାଯାଇଥିଲା। ପରଦିନ କରୋନା ଆଇସୋଲେଶନ୍‌ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିଲା। ୮ ତାରିଖରେ ତାଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲେ ହେଁ ୧୧ ତାରିଖ ଯାଏ ରିପୋର୍ଟ ଆସି ନ ଥିଲା। ତେବେ ଶନିବାର ବିଳମ୍ବିତ ରାତିରେ ସୁଦର୍ଶନଙ୍କ ମୃତ୍ୟୁ ହୋଇଯାଇଥିଲା। ରିପୋର୍ଟ ଆସି ନ ଥିବାରୁ ମୃତଦେହ ଶବାଗାରକୁ ସ୍ଥାନାନ୍ତର କରାଯାଇ ନ ଥିଲା କି ରବିବାର ସକାଳେ ବ୍ୟବଚ୍ଛେଦ ହୋଇ ନ ଥିଲା। ଦୀର୍ଘ ୧୪ ଘଣ୍ଟା ଧରି ଓ୍ବାର୍ଡ ମଧ୍ୟରେ ମୃତଦେହ ପକାଇ ରଖାଯାଇଥିବାରୁ ପରିବାର ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଥିଲା। ଠିକ୍‌ ଭାବେ ଚିକିତ୍ସା କରା ନ ଯିବାରୁ ସୁଦର୍ଶନଙ୍କ ମୃତ୍ୟୁ ହୋଇଥିବା ପୁଅ ଦିଲୀପ ବାରିକ ଅଭିଯୋଗ କରିବା ସହ ୩ ଦିନ ହେଲା କାହିଁକି ରିପୋର୍ଟ ଆସୁନାହିଁ ବୋଲି ପ୍ରଶ୍ନ କରିଥିଲେ। ତେବେ ଅପରାହ୍ନ ୪ଟାରେ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍‌ଓ) ଅଭୟ କୁମାର ଦାଶ କହିଛନ୍ତି, ୮ ତାରିଖରେ ସ୍ବାବ୍‌ ସଂଗ୍ରହ କରାଯାଇ ୯ ତାରିଖରେ ପରୀକ୍ଷା ପାଇଁ ପଠାଯାଇଥିଲା। କିନ୍ତୁ ପରୀକ୍ଷା କେନ୍ଦ୍ର ସାନିଟାଇଜ୍‌ କରାଯାଉଥିବାରୁ ରିପୋର୍ଟ ଆସି ନ ଥିଲା। ସେଥିପାଇଁ ବ୍ୟବଚ୍ଛେଦ ବିଳମ୍ବ ହୋଇଥିବା ସିଡିଏମ୍‌ଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri