ଭୁବନେଶ୍ୱର, ୧୭।୮(ବ୍ୟୁରୋ): ବାହାରିନ୍ରେ କାର୍ଯ୍ୟରତ ଜଣେ ପ୍ରବାସୀ ଓଡି଼ଆଙ୍କର ସେଠାରେ ମୃତ୍ୟୁ ହୋଇଥିଲା। ଏଭଳି ସ୍ଥିତିରେ ମୃତକଙ୍କ ପାର୍ଥିବ ଶରୀରକୁ ଓଡ଼ିଶା ଫେରାଇ ଆଣିବା ସହ ପୁରୀ ସ୍ବର୍ଗଦ୍ୱାରଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏଥିପାଇଁ ଓଡ଼ିଶା-ମୋ ପରିବାର ପକ୍ଷରୁ ସମ୍ପୂର୍ଣ୍ଣ ସହାୟତା କରାଯାଇଛି ା ଗଞ୍ଜାମ ଜିଲା ଖଲିକୋଟ ବ୍ଲକ୍ ତୋଟାଗ୍ରାମର ସୀମାଞ୍ଚଳ ରାଉତ ବାହାରିନ୍ରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିଲେ। ଜୁଲାଇ ୧୮ରେ ଉଚ୍ଚ ରକ୍ତଚାପ ଯୋଗୁ ତାଙ୍କ ବ୍ରେନ୍ ହାମ୍ରେଜ୍ ହୋଇ ବାହାରିନ୍ର ଏକ ସରକାରୀ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ ା ବାହାରିନ୍ରେ ଥିବା ଓଡ଼ିଆ ସମାଜର ପ୍ରତିଷ୍ଠାତା ଅରୁଣ କୁମାର ପ୍ରହରାଜଙ୍କ ତତ୍ତ୍ୱାବଧାନରେ ସେଠାରେ ଦୀର୍ଘ ୨୧ ଦିନର ଚିକିତ୍ସା ପରେ ଅଗଷ୍ଟ ୮ରେ ତାଙ୍କର ମୃତ୍ୟୁ ହୋଇଥିଲା ା ଓଡ଼ିଶା-ମୋ ପରିବାର ଏବଂ ପ୍ରହରାଜଙ୍କ ସହଯୋଗରେ ବିମାନ ଯୋଗେ ତାଙ୍କର ପାର୍ଥିବ ଶରୀରକୁ ଭୁବନେଶ୍ୱର ବିମାନବନ୍ଦର ଏବଂ ଶେଷକୃତ୍ୟ ପାଇଁ ପୁରୀ ସ୍ବର୍ଗଦ୍ୱାରକୁ ନେବାରେ ସମସ୍ତ ବନ୍ଦୋବସ୍ତ କରାଯାଇଥିଲା। ସୀମାଞ୍ଚଳଙ୍କ ପାର୍ଥିବ ଶରୀର ବିମାନବନ୍ଦରରେ ପହଞ୍ଚିବା ସମୟରେ ଓଡ଼ିଶା-ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ ଓ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମୟରେ ଷ୍ଟାଲିନ୍ ପରିଜା ଉପସ୍ଥିତ ଥିଲେ।
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

