ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼

ସାଲେପୁର, ୮।୬(ଡି.ଏନ୍‌.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍‌ ଖାଁଙ୍କ ଘର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଶାଶୁ ଆହତ ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଘର ଉପରେ ୨ଟି ବୋମାମାଡ଼ କରିଛନ୍ତି। ଫଳରେ ଘରର ୨ଟି ଝରକା ଓ ଫ୍ରିଜ ଭାଙ୍ଗି ରୁଜିଯାଇଛି। ଏନେଇ ଖଁା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଚାଲିଥିବା କାର୍ଯ୍ୟକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ନେଇ ସେ ଅଭିଯୋଗରେ ଦର୍ଶାଇଛନ୍ତି। ଏହି ଘଟଣାରେ ପୋଲିସ ଏକ ମାମଲା (ନଂ.୧୨୦/୨୧) ରୁଜୁ କରିଛି। ଅଭିଯୋଗ ଅନୁଯାୟୀ ଗ୍ରାମରେ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ରାସ୍ତା ନିର୍ମାଣ କାମ ଚାଲଛି। ଏହାର ଦାୟିତ୍ୱ ମୋକିମ୍‌ଙ୍କୁ ଦିଆଯାଇଛି। ନିର୍ମାଣାଧୀନ ରାସ୍ତା ପାର୍ଶ୍ୱରେ ଥିବା ଜମିକୁ ନେଇ ଗ୍ରାମର ମିର୍ଜା ଇଜରା ବେଗ୍‌ଙ୍କ ସହ ତାଙ୍କର ବଚସା ହୋଇଥିଲା। ମୋକିମଙ୍କୁ ଇଜରାଙ୍କ ପୁଅ ବାଡ଼େଇବାକୁ ଶନିବାର ଧମକ ଦେଇଥିଲେ ବୋଲି ଅଭିଯୋଗପତ୍ରରେ ଉଲ୍ଲେଖ କରାଯାଇଛି। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛି। ଏଥିସହ ମିର୍ଜା ଇଜରାଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri