ୱାର୍ଡମେମ୍ବରଙ୍କ ଘର ଉପରେ ବୋମାମାଡ଼

ସାଲେପୁର, ୮।୬(ଡି.ଏନ୍‌.ଏ.): ସାଲେପୁର ଥାନା ଅଧୀନ ବାରିଗୋଳ ଗ୍ରାମର ଓ୍ବାର୍ଡମେମ୍ବରଙ୍କ ଘର ଉପରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ମୋକିମ୍‌ ଖାଁଙ୍କ ଘର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଶାଶୁ ଆହତ ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଘର ଉପରେ ୨ଟି ବୋମାମାଡ଼ କରିଛନ୍ତି। ଫଳରେ ଘରର ୨ଟି ଝରକା ଓ ଫ୍ରିଜ ଭାଙ୍ଗି ରୁଜିଯାଇଛି। ଏନେଇ ଖଁା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଚାଲିଥିବା କାର୍ଯ୍ୟକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ନେଇ ସେ ଅଭିଯୋଗରେ ଦର୍ଶାଇଛନ୍ତି। ଏହି ଘଟଣାରେ ପୋଲିସ ଏକ ମାମଲା (ନଂ.୧୨୦/୨୧) ରୁଜୁ କରିଛି। ଅଭିଯୋଗ ଅନୁଯାୟୀ ଗ୍ରାମରେ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ରାସ୍ତା ନିର୍ମାଣ କାମ ଚାଲଛି। ଏହାର ଦାୟିତ୍ୱ ମୋକିମ୍‌ଙ୍କୁ ଦିଆଯାଇଛି। ନିର୍ମାଣାଧୀନ ରାସ୍ତା ପାର୍ଶ୍ୱରେ ଥିବା ଜମିକୁ ନେଇ ଗ୍ରାମର ମିର୍ଜା ଇଜରା ବେଗ୍‌ଙ୍କ ସହ ତାଙ୍କର ବଚସା ହୋଇଥିଲା। ମୋକିମଙ୍କୁ ଇଜରାଙ୍କ ପୁଅ ବାଡ଼େଇବାକୁ ଶନିବାର ଧମକ ଦେଇଥିଲେ ବୋଲି ଅଭିଯୋଗପତ୍ରରେ ଉଲ୍ଲେଖ କରାଯାଇଛି। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛି। ଏଥିସହ ମିର୍ଜା ଇଜରାଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri