ଦାୟିତ୍ୱ ନ ନେବାରୁ ଦୟନୀୟ

ଛେଣ୍ଡିପଦା,୪।୧୧(ସ୍ବ.ପ୍ର.) ଦୀର୍ଘବର୍ଷ ହେଲା ମରାମତି ହୋଇନି ଦୁଇ ଜିଲାର ସୀମାନ୍ତ ରାସ୍ତା। ଫଳରେ କେଉଁସ୍ଥାନରେ ଏହା ଦବି ଯାଇଛି ତ ଆଉ କେଉଁଠି ଲମ୍ବା ଫାଟ ସୃଷ୍ଟି ହୋଇଛି। ବାରମ୍ବାର ଦୃଷ୍ଟି ଆକର୍ଷଣ ପରେ ମଧ୍ୟ ବିଭାଗୀୟ କର୍ତ୍ତୃପକ୍ଷ ଏ ଦିଗରେ ନିଜ ଦାୟିତ୍ୱ ସମ୍ପାଦନ କରୁନାହାନ୍ତି। ଫଳରେ ଶୋଚନୀୟ ହୋଇପଡ଼ିଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଟାଙ୍ଗିରୀଠାରୁ ବାଘୁଆବୋଲ ଗ୍ରାମ୍ୟ ଉନ୍ନୟନ ରାସ୍ତା ଯୋଗୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅନୁଗୋଳ ଓ ଦେବଗଡ଼ ଜିଲାର ୭ ପଞ୍ଚାୟତବାସୀ।
ପ୍ରକାଶ ଯେ, ଛେଣ୍ଡିପଦାର ଟାଙ୍ଗିରୀ ଠାରୁ ଦେବଗଡ ଜିଲାକୁ ଏହି ରାସ୍ତା ସଂଯୋଗ କରୁଛି। ଦେବଗଡର ସଙ୍ଗାପଶି, ଚଢେଇମରା, କୁଣ୍ଢେଇଗୋଳା, ଖିଲବେରେଣୀ ସମେତ ୫ ପଞ୍ଚାୟତ ଏବଂ ଛେଣ୍ଡିପଦାର ଟାଙ୍ଗିରୀ ଓ ପାଟକୁମୁଣ୍ଡା ପଞ୍ଚାୟତ ବାସିନ୍ଦା ଏହା ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ। ୨୦୦୩ରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଏହାକୁ ସାମିଲ କରାଯାଇ ୩.୫ କିଲୋମିଟର ପିଚୁ କରାଯାଇଥିଲା। ହେଲେ ମରାମତି ଅଭାବରୁ ଉକ୍ତ ରାସ୍ତା ଶୋଚନୀୟ ହୋଇପଡିଛି। ଟାଙ୍ଗିରୀସ୍ଥିତ ଆଉଁଳୀ ପୋଲ ନିକଟରେ ଏହି ରାସ୍ତା ୩ବର୍ଷ ତଳେ ଦବିଯିବା ସହ ପ୍ରାୟ ୫ ଫୁଟ୍‌ର ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ପାଟକୁମୁଣ୍ଡା, ଭାଲୁଖାଇ, ବାଘୁଆବୋଲ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସମସ୍ୟା ସମ୍ପର୍କରେ ଛେଣ୍ଡିପଦା ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠଯନ୍ତ୍ରୀ ଚିତ୍ତରଞ୍ଜନ ସାହୁ କହିଛନ୍ତି, ରାସ୍ତା ଖରାପ ନେଇ କୌଣସି ଅଭିଯୋଗ ଆସିନାହିଁ। ତଦନ୍ତ ପରେ ମରାମତି କାର୍ଯ୍ୟ କରାଯିବ।

ଦୈନିକ ଦୁର୍ଘଟଣା ଘଟୁଛି

୩ ବର୍ଷ ହେବ ରାସ୍ତା ଦବି ଯାଇଛି। ଏପରି କି ବର୍ଷା ଯୋଗୁ ୩୦ ଫୁଟରୁ ଅଧିକ ଫାଟ ସୃଷ୍ଟି ହୋଇଛି। ଏଠାରେ ଦୈନିକ ଛୋଟବଡ ଦୁର୍ଘଟଣା ଘଟୁଛି। ହେଲେ ମରାମତି ଦିଗରେ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉ ନାହିଁ।
-ରମେଶ ଚନ୍ଦ୍ର ପ୍ରଧାନ, ପାଟକମୁଣ୍ଡା

 

ଲୋକେ ଅସୁବିଧା ଭୋଗୁଛନ୍ତି

ରାସ୍ତାର ଅଧିକାଂଶ ସ୍ଥାନରୁ ପିଚୁ ଉଠି ଖାଲଖମା ହୋଇଯାଇଛି। ଦୀର୍ଘବର୍ଷ ହେଲା ମରାମତି କରାଯାଇ ନ ଥିବାରୁ ଏହା ଉପରେ ନିର୍ଭର କରୁଥିବା ଦୁଇ ଜିଲାବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
-ଡିଲେଶ୍ୱର ସ୍ବାଇଁ, ସରପଞ୍ଚ, ପାଟକମୁଣ୍ଡା

 

ଯଥାଶୀଘ୍ର ମରାମତି କରାଯାଉ

ବକଳା-ନୂଆସାହି ଠାରେ ରାସ୍ତା ଫାଟି ଯାଇଛି। ଖାଲଖମାଗୁଡ଼ିକରେ ବର୍ଷା ପାଣି ଜମି ରହୁଥିବାରୁ ବାଇକ୍‌ ଚାଳକମାନେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ଯଥାଶୀଘ୍ର ମରାମତି କରୁ।
-ଅମିୟ ଚରଣ ସାହୁ, ପାଟକମୁଣ୍ଡା


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri