Posted inଖେଳ

ବକ୍ସିଂ ଡେ ଟେଷ୍ଟ ମେଲବୋର୍ନରେ ଖେଳାଯିବ

ମେଲବୋର୍ନ,୯ା୮(ପି.ଟି.): ଯଦି ଦର୍ଶକଙ୍କୁ ଷ୍ଟାଡିୟମ ଭିତରକୁ ଯିବାକୁ ଅନୁମତି ଦିଆଯାଏ ତା’ହେଲେ ବକ୍ସିଂ ଡେ ଟେଷ୍ଟ ମେଲବୋର୍ନରେ ଆୟୋଜନ ହେବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମଧ୍ୟବର୍ତ୍ତିକାଳୀନ କାର୍ଯ୍ୟ ନିର୍ବାହୀ ନିକ୍‌ ହୋକ୍‌ଲି କହିଛନ୍ତି। ଭାରତ ଅଷ୍ଟ୍ରେଲିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ ଥିବା ବେଳେ ବକ୍ସିଂ ଡେ ଟେଷ୍ଟକୁ ଆଡିଲେଡ୍‌କୁ ସ୍ଥାନାନ୍ତର କରିବାକୁ ଅନୁମାନ କରାଯାଉଥିଲା। ଭିକ୍ଟୋରିଆ ରାଜ୍ୟରେ କରୋନ ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏ ନେଇ ଚର୍ଚ୍ଚା ହେଉଥିଲା। କିନ୍ତୁ ଯଦି ଦର୍ଶକଙ୍କୁ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମ ଭିତରକୁ ଛଡ଼ା ଯାଏ ତା’ହେଲେ ଏହି ଟେଷ୍ଟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ଖେଳାଯିବ ବୋଲି ହୋକ୍‌ଲି ସ୍ପଷ୍ଟ କରିଛନ୍ତି। ସେତେବେଳକୁ ପରିସ୍ଥିତିରେ ସୁଧାର ଆସିଥିବ। ଅଷ୍ଟ୍ରେଲୀୟ କ୍ରୀଡ଼ା କ୍ୟାଲେଣ୍ଡରରେ ବକ୍ସିଂ ଡେ ଟେଷ୍ଟକୁ ବେଶ୍‌ ମର୍ଯ୍ୟାଦା ଓ ଗୁରୁତ୍ୱ ଦିଆଯାଇଥାଏ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ସରକାର ସହ ଆମେ ଆଲୋଚନା କରିଛୁ। ସେତେବେଳକୁ ଯାତ୍ର କଟକଣା ଉଠାଇବାକୁ ଆମେ ସରକାରଙ୍କୁ ଅବଗତ କରାଇଛୁ ବୋଲି ସେ ସ୍ପଷ୍ଟ କରିଛନ୍ତି। ଏମ୍‌ସିଜିରେ ଗତ ମାର୍ଚ୍ଚରେ ଅନୁଷ୍ଠିତ ଭାରତ- ଅଷ୍ଟ୍ରେଲିଆ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌କୁ ୮୬,୧୭୪ ଦର୍ଶକ ଉପଭୋଗ କରିଥିଲେ। କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଆମେ ସବୁ ପ୍ରକାର ନିଷ୍ପତ୍ତି ନେବୁ ବୋଲି ହୋକ୍‌ଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri