ଡେପୁଟି କଲେକ୍ଟରଙ୍କ ଗାଡ଼ି ଧକ୍କାରେ ବାଳକ ଗୁରୁତର

ହରଭଙ୍ଗା,୭।୯ (ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ପୁରୁଣାକଟକ ବଜାର ଠାରେ ସୋମବାର ପୂର୍ବାହ୍ନରେ ଜିଲା ଡେପୁଟି କଲେକ୍ଟରଙ୍କ ଗାଡି ଧକ୍କାରେ ଜଣେ ବାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପୁରୁଣାକଟକ ଥାନା ଶାଲକଟା ଗ୍ରାମର ଅଭିଳାସ ମହାଲିକ(୧୭)।
ପ୍ରକାଶ ଯେ, ଡେପୁଟି କଲେକ୍ଟର କାର (ଓଡି ୦୨ ଏସ୍‌ ୧୦୫୫) ଯୋଗେ ଭୁବନେଶ୍ବରରୁ ବୌଦ୍ଧ ଅଭିମୁଖେ ଯାଉଥିଲେ। ବୀପରିତ ଦିଗରୁ ସାଇକେଲ ଯୋଗେ ଅଭିଳାସ ଆସୁଥିଲେ। ମାଛ ମାର୍କେଟ ଠାରେ କାରଟି ସାଇକେଲକୁ ସମ୍ମୁଖରୁ ଧକ୍କା ଦେଇଥିଲା। ଫଳରେ ଅଭିଳାସଙ୍କ ହାତ ଭାଙ୍ଗିଯାଇଥିବା ଜଣାପଡିଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ ଜିଲା ପରିଷଦ ଉପାଧକ୍ଷ ଅକ୍ରୁର ସେଠୀ ପହଞ୍ଚି ଅଭିଳାସଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୁଣାକଟକ ସ୍ବାସ୍ଥ୍ୟକେନ୍ଦ୍ର ପରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିବା ଜଣାପଡିଛି । ଅନ୍ୟପଟେ ଡେପୁଟି କଲେକ୍ଟର ସାମାନ୍ୟ ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri