ବ୍ଲେଡ୍‌ରେ ବେକ କାଟିଥିଲେ ପ୍ରେମିକ

ମାଧପୁର/ଆଠମଲ୍ଲିକ, ୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା କିଆକଟା ଥାନା ଓରଡା କେରାଣ୍ଡି ନାଳ ନିକଟରୁ ଗତ ସୋମବାର ଜଣେ ଯୁକ୍ତ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହା ଏକ ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ପୋଲିସ କହିବା ସହ ଅଭିଯୁକ୍ତ ହଣ୍ଡପା ଥାନା କୁରୁମଟାପ ଗ୍ରାମ ଆଡିକଟା ସାହିର ବାପୁନ ସାହୁ(୨୫)ଙ୍କୁ ବୁଧବାର ଗିରଫ କରାଯାଇଛି। କିଆକଟା ଆଇଆଇସି ଓନାମ ଲାକ୍ରାଙ୍କ ସୂଚନା ମୁତାବକ, ବାପୁନ ବିବାହିତ ହୋଇଥିବାବେଳେ କିଶୋରନଗର ଥାନା ଅଞ୍ଚଳର ସମ୍ପୃକ୍ତା ଛାତ୍ରୀଙ୍କ ସହ ୬ ମାସ ହେଲା ପ୍ରେମ ସମ୍ପର୍କ ରହିଥିଲା। ଛାତ୍ରୀ ଜଣକ ବାହାଘର ପାଇଁ ଜିଦ୍‌ ଧରିଥିଲେ। ତେଣୁ ଘଟଣା ଦିନ ରାତିରେ ବାପୁନ ଛାତ୍ରୀଙ୍କୁ ବାହା ହେବାକୁ କହି ଘରୁ ଡାକିନେଇଥିଲେ। ଓରଡା କେରାଣ୍ଡି ନାଳ ନିକଟରେ ଉଭୟେ ଅଟକି ଥିଲେ। ଛାତ୍ରୀ ଜଣକ ବାପୁନଙ୍କ ସହିତ ତାଙ୍କ ଘରକୁ ଯିବାକୁ ଜିଦ୍‌ କରିଥିଲେ। ବାପୁନ ବିବାହିତ ହୋଇଥିବାରୁ ସେ ଘରକୁ ନେବାକୁ ମନା କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ବାପୁନ ଏକ ବ୍ଲେଡରେ ଛାତ୍ରୀଙ୍କ ବେକ କାଟି ହତ୍ୟା କରିଥିବା ଆଇଆଇସି ପ୍ରକାଶ କରିଛନ୍ତି। ଗିରଫ ପରେ ତାଙ୍କୁ ଆଠମଲ୍ଲିକ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?