ପ୍ରେମିକାଙ୍କୁ ବ୍ରିଜ୍‌ତଳକୁ ଠେଲି କ୍ବାରାଣ୍ଟାଇନରେ ପ୍ରେମିକ

ବରଗଡ଼ ଅଫିସ୍‌,୧।୮-ପ୍ରେମିକାଙ୍କୁ ବ୍ରିଜ୍‌ ତଳକୁ ଠେଲି ଦେଇ ଜଣେ ଯୁବକ ଏକ ଟିଏମ୍‌ସିରେ କ୍ବାରାଣ୍ଟାଇନରେ ରହିବା ଘଟଣା ଏବେ ବରଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ଗୁରୁତର ଅବସ୍ଥାରେ ସମ୍ପୃକ୍ତ ଯୁବତୀ ଜଣକ ବୁର୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ସୂଚନା ଅନୁଯାୟୀ, ବରଗଡ଼ ଜିଲା ଦେଓଗାଁ ନିକଟ ହାଲୁପାଲି ଗ୍ରାମର ଜଣେ ଯୁବକ ଛତିଶଗଡ଼ ଅଞ୍ଚଳର ନିଜ ପ୍ରେମିକାଙ୍କୁ ନେଇ ଅହମ୍ମଦାବାଦରେ ରହୁଥିଲେ। ଶୁକ୍ରବାର ସେମାନେ ହାଲୁପାଲିକୁ ଫେରୁଥିଲେ। ଫେରିବା ବାଟରେ ଯୁବକ ଜଣକ ଉକ୍ତ ଯୁବତୀଙ୍କୁ ବରଗଡ଼ ସହର ଉପକଣ୍ଠ ବରଡୋଲ-ଦେଓଗାଁ ରାସ୍ତାର ଗ୍ରୀସୁଲ ନଦୀ ବ୍ରିଜ୍‌ ଉପରୁ ତଳକୁ ଠେଲି ଦେଇଥିଲେ। ବ୍ରିଜ ତଳେ ଅର୍ଥାତ୍‌ ଗ୍ରୀସୁଲ ନଦୀରେ ଗୁରୁତର ଅବସ୍ଥାରେ ଯୁବତୀ ଜଣକ ପଡ଼ିଥିବା ଶନିବାର ସକାଳେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବରପାଇ ସ୍ବେଚ୍ଛାସେବୀ ବିକାଶ ଅଗ୍ରୱାଲ, ଶେଷଦେବ ପ୍ରଧାନ, ନିଲେଶ ପ୍ରଧାନ, ଜି. ରମେଶ ପ୍ରମୁଖ ଉକ୍ତ ଯୁବତୀଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ଯୁବତୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ଯୁବତୀଙ୍କଠାରୁ ଏକ ଆଧାର କାର୍ଡ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?