Posted inଜାତୀୟ

ଗର୍ଭବତୀ ପ୍ରେମିକାଙ୍କୁ ବିବାହ କରିବାକୁ ମନା କଲେ ପ୍ରେମିକ, ଆଉ ତା’ ପରେ…

ପାଟଣା,୧୬ା୮: ବିହାରର ଗୟାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ପ୍ରେମିକା ଗର୍ଭବତୀ ହେବା ପରେ ପ୍ରେମିକ ବିବାହ କରିବାକୁ ମନା କରିଦେଇଥିଲେ। ପ୍ରେମିକା ଏନେଇ ଥାନାର ଦ୍ୱାରସ୍ଥ ହୋଇଥିଲେ। ତେବେ ପୋଲିସ ପ୍ରେମିକ ପ୍ରବରଙ୍କୁ ଖୋଜି ବାହାର କରି ପ୍ରେମିକା ସହ ବିବାହ କରାଇଦେଇଛି।

ଗୟାର ମହିଳା ଥାନାରେ ୭୫ ତମ ସ୍ବାଧୀନତା ଦିବସ ପାଳନ ଉତ୍ସବ ଚାଲିଥିଲା। ଏହି ସମୟରେ ପୀଡ଼ିତା ଜଣକ ଥାନା ମଧ୍ୟକୁ ଆସି ତାଙ୍କ କାହାଣୀ ଶୁଣାଇଥିଲେ। ମହିଳା ଥାନାଧିକାରୀ ରବିରଞ୍ଜନା କହିଛନ୍ତି, ଶିବାନୀ ନାମକ ଜଣେ ଯୁବତୀ ନୀତିଶ ନାମକ ଜଣେ ଯୁବକଙ୍କୁ ଭଲ ପାଉଥିଲେ। ନୀତିଶ ତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। ଏହା ପରେ ଶିବାନୀ ଗର୍ଭବତୀ ଥିବା ଜାଣି ନୀତିଶ କେଉଁଆଡ଼େ ଫେରାର ହୋଇଯାଇଥିଲେ।

ଥାନାରେ ଅଭିଯୋଗ କରିବା ପରେ ପୋଲିସ ନୀତିଶଙ୍କୁ ଖୋଜି ଥାନାକୁ ଆଣିଥିଲା। ପଚରାଉଚରା କରିବା ପରେ ନୀତିଶ ଶିବାନୀଙ୍କୁ ଭଲ ପାଉଥିବା ଏବଂ ଗର୍ଭବତୀ କରାଇଥିବା ସ୍ବୀକାର କରିଥିଲା। ଏହା ପରେ ପୋଲିସ ଦୁହିଁଙ୍କ ବିବାହ ଥାନା ପରିସରରେ ସମ୍ପନ୍ନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଚାଷ ଜମିରେ ବଜ୍ରପାତ: ଚାଷୀ ମୃତ, ଜଣେ ଗୁରୁତର ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri