Posted inଜାତୀୟ

ପ୍ରେମିକାଙ୍କ ଶରୀରରେ ୧୮ ଥର ଛୁରି ଭୁସିଲେ ପ୍ରେମିକ

ହାଇଦ୍ରାବାଦ,୧୧।୧୧: ତେଲେଙ୍ଗାନାର ହାଇଦ୍ରାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ବିବାହ ପାଇଁ ରାଜି ନ ହେବାରୁ ପ୍ରେମିକାଙ୍କୁ ଛୁରି ଭୁସି ହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣଙ୍କ ଏତେ ରାଗି ଥିଲେ ଯେ, ପ୍ରେମିକାଙ୍କୁ ୧୮ଥର ଛୁରି ଭୁସି ଥିଲେ।
ପୋଲିସ ସୂତ୍ର ଅନୁଯାୟୀ, ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିବା ୨୩ ବର୍ଷୀୟ ଯୁବକ ଏବଂ ଜଣେ ଯୁବତୀ ପରସ୍ପରକୁ ପ୍ରେମ କରି ବସିଥିଲେ। ଉଭୟ ବିକାରବାଦ ଜିଲାର ଦୌଲତାବାଦର ବାସିନ୍ଦା। ପ୍ରାୟ ତିନିମାସ ପୂର୍ବରୁ, ସମ୍ପୃକ୍ତ ଯୁବତୀଙ୍କ ଅନ୍ୟ ପୁରୁଷଙ୍କ ସହ ନିର୍ବନ୍ଧ ଶେଷ ହୋଇଥିଲା। ଏହାପୂର୍ବରୁ ଯୁବତୀଜଣଙ୍କ ନିଜ ପ୍ରେମିକଙ୍କ ବିବାହ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏଥିରେ ରାଗିଯାଇ ଯୁବକ ଜଣଙ୍କ ତାଙ୍କ ପ୍ରେମିକାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ। ଏଥିରେ ଯୁବତୀ ଜଣଙ୍କ ଗୁରୁତର ଆହତ ହୋଇଛି। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଥିସହ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟ୍ୟୁବରଙ୍କ ଉପରେ ଲଗାମ ଲଗାଇବାକୁ ଅଣ୍ଟା ଭିଡିଲେ ସରକାର, ଆଣିବେ ବିଲ୍‌

ନୂଆଦିଲ୍ଲୀ,୨୭।୭: ୟୁଟ୍ୟୁବରଙ୍କ ଉପରେ ଲଗାମ ଲଗାଇବା ପାଇଁ ଅଣ୍ଟା କଷିଲେଣି ମୋଦି ସରକାର। ଏନେଇ ସବୁ ପ୍ରସ୍ତୁତି ମଧ୍ୟ ଶେଷ କରି ସାରିଲେଣି। ଏଥିପାଇଁ ମୋଦି...

ଯଦି ବିଜେଡି ଇଣ୍ଡିଆ ମେଣ୍ଟରେ ସାମିଲ ହୁଏ, ରାଜ୍ୟ ସଭାରେ ପଲଟିଯିବ ନମ୍ବର ଗେମ୍‌, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୨୭।୭: ଏଥର ଲୋକ ସଭା ନିର୍ବାଚନ ପରେ ଦେଶର ରାଜନୈତିକ ପରିସ୍ଥିତି ଅନେକାଂଶରେ ବଦଳିଥିବା ପରି ମନେ ହେଉଛି। ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା)...

ମାୟାନଗରୀରେ ଭଶୁୁଡ଼ିଲା ୩ ମହଲା କୋଠା, ଚାପିହୋଇ ରହିଛନ୍ତି ଲୋକେ

ମୁମ଼୍ବାଇ,୨୭।୦୭: ମୟାନଗରୀ ମୁମ଼୍ବାଇ ସହରର ନିକଟବର୍ତ୍ତୀ ଶାହବାଜ ଗ୍ରାମରେ ଏକ ୩ ମହଲା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି । ଭଙ୍ଗା ଛାତ ତଳେ କିଛି...

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭...

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri