ଅନ୍ୟ ଯୁବକଙ୍କ ସହ ଲୁଚିଲୁଚି ଫୋନ୍‌ରେ କଥା ହେଉଥିଲେ ପ୍ରେମିକା , ପ୍ରେମିକ ତଣ୍ଟି ଚିପି ଜାଳିଦେଲେ

ସୁବର୍ଣ୍ଣପୁର,୨୬।୨: ଅନ୍ୟ ଜଣେ ଯୁବକଙ୍କ ସାଙ୍ଗରେ ମୋବାଇଲରେ କଥା ହେଉଥିବାରୁ ପ୍ରେମିକାଙ୍କୁ ମାରିଦେଲେ ପ୍ରେମିକ। ଏଭଳି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା କେନଝିରିଆପାଲି ପଞ୍ଚାୟତ ବଲିପାଲିରେ। ସୋମବାର ଅର୍ଦ୍ଧ ଦଗ୍ଧ ମୃତଦେହ ବୀରମହାରାଜପୁରର ପୋଲିସ ଉଦ୍ଧାର କରିଛି । ମୃତକ ହେଲେ ୨୪ ବର୍ଷୀୟା ମନ୍ଦାକିନୀ ପଟନିଆ। ଘଟଣାସ୍ଥଳରେ ବୀରମହାରାଜପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି। ତେବେ ଏହି ହତ୍ୟାକାଣ୍ଡ ପଛରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ଲିଙ୍ଗ ଦେହୁରୀଙ୍କୁ ପୋଲିସ ଗିରଫ କରିଛି।
ସୂଚନାଯୋଗ୍ୟ, ମୃତକ ମନ୍ଦାକିନୀ ପଟନିଆ ଓ ଅଭିଯୁକ୍ତ ଲିଙ୍ଗ ଦେହୁରୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିଲା ମନ୍ଦାକିନୀ ଅନ୍ୟ ଜଣେ ଯୁବକଙ୍କ ସାଙ୍ଗରେ ମୋବାଇଲରେ କଥା ହେଉଥିବା ଲିଙ୍ଗ ଶୁଣିବାକୁ ପାଇଥିଲେ। ଏହି କଥାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଲିଙ୍ଗ ରାଗିଯାଇ ମନ୍ଦାକିନୀଙ୍କ ତଣ୍ଟିଚିପି ହତ୍ୟା କରିଥିଲଲେ। ପରେ ମନ୍ଦାକିନୀଙ୍କ ମୃତଦେହ ଏକ ପରିତ୍ୟକ୍ତ ସ୍ଥାନକୁ ନେଇ ନିଆଁ ଲଗାଇ ଦେଇଥିଲେ। ଘଟଣା ଜଣାପଡିବା ପରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri