ବ୍ରାହ୍ମଣୀ-ଗୋବରୀ ନଦୀ ସଂଯୋଗୀକରଣ କାମ ଅଧାରୁ ବନ୍ଦ

ପଟ୍ଟମୁଣ୍ଡାଇ,୧୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବାହିତ ୧୬ କି.ମି.ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା ପଟ୍ଟାମୁଣ୍ଡାଇ ଅଞ୍ଚଳ ସମେତ ରାଜନଗର, ମହାକାଳପଡ଼ା, କେନ୍ଦ୍ରାପଡା ବ୍ଲକର ୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗୋବରୀ ନଦୀର ପୁନରୁଦ୍ଧାର ପାଇଁ ୨୦୦୩ରୁ ଦାବି ହୋଇ ଆସୁଛି । ବିଶେଷ କରି ବ୍ରାହ୍ମଣୀ ସହ ଗୋବରୀକୁ ସଂଯୋଗ କରିବାକୁ ସ୍ଥାନୀୟ ଲୋକମାନେ ଗୁରୁତ୍ୱାରୋପ କରିଛନ୍ତି । ହେଲେ ଆଜି ପର୍ଯ୍ୟନ୍ତ ସେହି କାମ ଶେଷ ହୋଇନାହିଁ । କାମ ଅଧାରେ ଅଟକି ରହିଥିବାରୁ ସ୍ଥାନୀୟ ଲୋକେ ପ୍ରଭାବିତ ହେଉଛନ୍ତି ବୋଲି ଅଭିଯୋଗ ହୋଇଛି।

ଚିରସ୍ରୋତା ବ୍ରାହ୍ମଣୀ ସହ ଗୋବରୀର ସଂଯୋଗ ହେଲେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ଉଭୟପାର୍ଶ୍ୱର ଶତାଧିକ ଗାଁର ଅଧିବାସୀ ଉପକୃତ ହେବେ। ଏହାକୁ ନେଇ ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପିଏଲ୍‌ଭି ପ୍ରଫୁଲ୍ଲ କୁମାର ଦାଶ, କ୍ଷୀରୋଦ ମଲିକ, ଅଶୋକ କୁମାର ବଳ ଓ ଦେବାଶିଷ ପଣ୍ଡା ପ୍ରମୁଖ ଜାତୀୟ ଆଇନ ସେବା ପ୍ରାଧିକରଣ (ନାଲସା)ରେ ଏକ ଜନସ୍ବାର୍ଥ ସମ୍ବଳିତ ଅଭିଯୋଗ କରିଥିଲେ। ସେହି ଅଭିଯୋଗକୁ ବିଚାର କରି କେନ୍ଦ୍ରାପଡ଼ା ଜିଲା ଆଇନ ସେବା ପ୍ରାଧିକରଣ (ଡିଏଲ୍‌ଏସ୍‌ଏ) ବିଚାରପତି ମଳୟ କୁମାର ପ୍ରଧାନ କେସ୍‌ ନଂ. ୧୦/୨୦୨୧ରେ ଏକ ମାମଲା ଦାଏର କରି ପଦକ୍ଷେପ ନେବାକୁ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେନ୍ଦ୍ରାପଡ଼ା ଜଳନିକାସ ବିଭାଗ ପକ୍ଷରୁ ୭ କୋଟି ଟଙ୍କା ବ୍ୟୟ ଅଟକଳରେ ଏକ ଟେଣ୍ଡର ମାଧ୍ୟମରେ ଓଡ଼ିଶା ଷ୍ଟେଟ କନ୍‌ଷ୍ଟ୍ରକଶନ କମ୍ପାନୀ(ଓସିସି) ୨୦୨୧ ମାର୍ଚ୍ଚ ମାସରୁ ଗୋବରୀ ଖନନ କାର୍ଯ୍ୟ ଆରମ୍ଭ କରିଥିଲା। ଗଣ୍ଡାକିଆ ପାଖରୁ ୬ କିଲୋମିଟର ପର୍ଯ୍ୟନ୍ତ କାର୍ଯ୍ୟ ଶେଷକରି ଓସିସି ଏବେ କାର୍ଯ୍ୟ ବନ୍ଦ କରିଦେଇଛି। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଊଛି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଜଳନିକାସ କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ରାଉତଙ୍କୁ ପଚାରିବାରୁ ସେ କହିଛନ୍ତି, ଆଉ ଏକ ଟେଣ୍ଡର କରାଯାଇ ପଟ୍ଟମୁଣ୍ଡାଇ ବାଳିକା ମହାବିଦ୍ୟାଳୟ ପର୍ଯ୍ୟନ୍ତ ଗୋବରୀ ଖନନ କାର୍ଯ୍ୟ କରାଯିବାକୁ ଧାର୍ଯ୍ୟ କରାଯାଇଛି ।

ସୂଚନାଯୋଗ୍ୟ, ପୂର୍ବରୁ ପଟ୍ଟାମୁଣ୍ଡାଇଠାରେ ପ୍ରବାହିତ ବ୍ରାହ୍ମଣୀ ସହ ଗୋବରୀ ନଦୀର ସଂଯୋଗ ହୋଇଥିଲା ା ଏହି ନଦୀ ଚିରସ୍ରୋତା ସହ ନୌବାଣିଜ୍ୟ ପରିବହନ ପାଇଁ ଉର୍ଦ୍ଦିଷ୍ଟ ଥିଲା । ମାତ୍ର ୬୦ ଦଶକ ପୂର୍ବରୁ କଟକ-ଚାନ୍ଦବାଲି ରାସ୍ତା ତିଆରି ହେବା ସମୟରେ ପଟ୍ଟାମୁଣ୍ଡାଇଠାରେ ବ୍ରାହ୍ମଣୀ-ଗୋବରୀ ନଦୀର ସଂଯୋଗ ପଥକୁ ପୋତି ଦିଆଯାଇଥିଲାା ଏହା ବ୍ରାହ୍ମଣୀ ବନ୍ୟା ନିରୋଧକ ଦଶହଜାରୀ ବନ୍ଧ ଭାବେ ନାମିତ ହୋଇଛି । ତେବେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ଗୋବରୀ ନଦୀଜଳ ପ୍ରବାହ ବନ୍ଦ ହୋଇଯିବାରୁ ନଦୀଶଯ୍ୟା କ୍ରମଶଃ ପୋତି ଯାଊଛି । ପଟ୍ଟାମୁଣ୍ଡାଇ ଅଞ୍ଚଳର କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ବଜାର ସଂଲଗ୍ନ ବେଲତଳ, ଦକ୍ଷିଣଦିଆ, ପୋଖରିଆପଡା ପୋତା ଗୋବରୀ ନଦୀର ଦୁଇପାର୍ଶ୍ୱ ଜମିକୁ ହେରଫେର କରି ହାତେଇ ନେଇଛନ୍ତି। ଫଳରେ ଚିରସ୍ରୋତା ବ୍ରାହ୍ମଣୀ ସହ ଗୋବରୀର ସଂଯୋଗ ନେଇ ସମସ୍ୟା ଦେଖାଦେଇଛି। ଗୋବରୀ ନଦୀର ଉଭୟପାର୍ଶ୍ୱରେ ଥିବା ଶତାଧିକ ଏକର ଉର୍ବର ଚାଷଜମି ପାଣି ବିନା ପଡିଆ ପଡୁଛି । ଗୋବରୀ ନଦୀ ସମ୍ପୂର୍ଣ୍ଣ ଖନନ କରାଯାଇ ବ୍ରାହ୍ମଣୀ ସହ ସଂଯୋଗ କରାଗଲେ ପଟ୍ଟାମୁଣ୍ଡାଇ, ମହାକାଳପଡ଼ା, କେନ୍ଦ୍ରାପଡ଼ା ଓ ରାଜନଗର ବ୍ଲକ ଅଞ୍ଚଳର ୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କ ଅର୍ଥନୈତିକ ଓ ସାମାଜିକ ଉନ୍ନତି ହେବ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri