ବ୍ରାହ୍ମଣୀ-ଗୋବରୀ ନଦୀ ସଂଯୋଗୀକରଣ କାମ ଅଧାରୁ ବନ୍ଦ

ପଟ୍ଟମୁଣ୍ଡାଇ,୧୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବାହିତ ୧୬ କି.ମି.ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା ପଟ୍ଟାମୁଣ୍ଡାଇ ଅଞ୍ଚଳ ସମେତ ରାଜନଗର, ମହାକାଳପଡ଼ା, କେନ୍ଦ୍ରାପଡା ବ୍ଲକର ୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗୋବରୀ ନଦୀର ପୁନରୁଦ୍ଧାର ପାଇଁ ୨୦୦୩ରୁ ଦାବି ହୋଇ ଆସୁଛି । ବିଶେଷ କରି ବ୍ରାହ୍ମଣୀ ସହ ଗୋବରୀକୁ ସଂଯୋଗ କରିବାକୁ ସ୍ଥାନୀୟ ଲୋକମାନେ ଗୁରୁତ୍ୱାରୋପ କରିଛନ୍ତି । ହେଲେ ଆଜି ପର୍ଯ୍ୟନ୍ତ ସେହି କାମ ଶେଷ ହୋଇନାହିଁ । କାମ ଅଧାରେ ଅଟକି ରହିଥିବାରୁ ସ୍ଥାନୀୟ ଲୋକେ ପ୍ରଭାବିତ ହେଉଛନ୍ତି ବୋଲି ଅଭିଯୋଗ ହୋଇଛି।

ଚିରସ୍ରୋତା ବ୍ରାହ୍ମଣୀ ସହ ଗୋବରୀର ସଂଯୋଗ ହେଲେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ଉଭୟପାର୍ଶ୍ୱର ଶତାଧିକ ଗାଁର ଅଧିବାସୀ ଉପକୃତ ହେବେ। ଏହାକୁ ନେଇ ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପିଏଲ୍‌ଭି ପ୍ରଫୁଲ୍ଲ କୁମାର ଦାଶ, କ୍ଷୀରୋଦ ମଲିକ, ଅଶୋକ କୁମାର ବଳ ଓ ଦେବାଶିଷ ପଣ୍ଡା ପ୍ରମୁଖ ଜାତୀୟ ଆଇନ ସେବା ପ୍ରାଧିକରଣ (ନାଲସା)ରେ ଏକ ଜନସ୍ବାର୍ଥ ସମ୍ବଳିତ ଅଭିଯୋଗ କରିଥିଲେ। ସେହି ଅଭିଯୋଗକୁ ବିଚାର କରି କେନ୍ଦ୍ରାପଡ଼ା ଜିଲା ଆଇନ ସେବା ପ୍ରାଧିକରଣ (ଡିଏଲ୍‌ଏସ୍‌ଏ) ବିଚାରପତି ମଳୟ କୁମାର ପ୍ରଧାନ କେସ୍‌ ନଂ. ୧୦/୨୦୨୧ରେ ଏକ ମାମଲା ଦାଏର କରି ପଦକ୍ଷେପ ନେବାକୁ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେନ୍ଦ୍ରାପଡ଼ା ଜଳନିକାସ ବିଭାଗ ପକ୍ଷରୁ ୭ କୋଟି ଟଙ୍କା ବ୍ୟୟ ଅଟକଳରେ ଏକ ଟେଣ୍ଡର ମାଧ୍ୟମରେ ଓଡ଼ିଶା ଷ୍ଟେଟ କନ୍‌ଷ୍ଟ୍ରକଶନ କମ୍ପାନୀ(ଓସିସି) ୨୦୨୧ ମାର୍ଚ୍ଚ ମାସରୁ ଗୋବରୀ ଖନନ କାର୍ଯ୍ୟ ଆରମ୍ଭ କରିଥିଲା। ଗଣ୍ଡାକିଆ ପାଖରୁ ୬ କିଲୋମିଟର ପର୍ଯ୍ୟନ୍ତ କାର୍ଯ୍ୟ ଶେଷକରି ଓସିସି ଏବେ କାର୍ଯ୍ୟ ବନ୍ଦ କରିଦେଇଛି। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଊଛି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଜଳନିକାସ କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ରାଉତଙ୍କୁ ପଚାରିବାରୁ ସେ କହିଛନ୍ତି, ଆଉ ଏକ ଟେଣ୍ଡର କରାଯାଇ ପଟ୍ଟମୁଣ୍ଡାଇ ବାଳିକା ମହାବିଦ୍ୟାଳୟ ପର୍ଯ୍ୟନ୍ତ ଗୋବରୀ ଖନନ କାର୍ଯ୍ୟ କରାଯିବାକୁ ଧାର୍ଯ୍ୟ କରାଯାଇଛି ।

ସୂଚନାଯୋଗ୍ୟ, ପୂର୍ବରୁ ପଟ୍ଟାମୁଣ୍ଡାଇଠାରେ ପ୍ରବାହିତ ବ୍ରାହ୍ମଣୀ ସହ ଗୋବରୀ ନଦୀର ସଂଯୋଗ ହୋଇଥିଲା ା ଏହି ନଦୀ ଚିରସ୍ରୋତା ସହ ନୌବାଣିଜ୍ୟ ପରିବହନ ପାଇଁ ଉର୍ଦ୍ଦିଷ୍ଟ ଥିଲା । ମାତ୍ର ୬୦ ଦଶକ ପୂର୍ବରୁ କଟକ-ଚାନ୍ଦବାଲି ରାସ୍ତା ତିଆରି ହେବା ସମୟରେ ପଟ୍ଟାମୁଣ୍ଡାଇଠାରେ ବ୍ରାହ୍ମଣୀ-ଗୋବରୀ ନଦୀର ସଂଯୋଗ ପଥକୁ ପୋତି ଦିଆଯାଇଥିଲାା ଏହା ବ୍ରାହ୍ମଣୀ ବନ୍ୟା ନିରୋଧକ ଦଶହଜାରୀ ବନ୍ଧ ଭାବେ ନାମିତ ହୋଇଛି । ତେବେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ଗୋବରୀ ନଦୀଜଳ ପ୍ରବାହ ବନ୍ଦ ହୋଇଯିବାରୁ ନଦୀଶଯ୍ୟା କ୍ରମଶଃ ପୋତି ଯାଊଛି । ପଟ୍ଟାମୁଣ୍ଡାଇ ଅଞ୍ଚଳର କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ବଜାର ସଂଲଗ୍ନ ବେଲତଳ, ଦକ୍ଷିଣଦିଆ, ପୋଖରିଆପଡା ପୋତା ଗୋବରୀ ନଦୀର ଦୁଇପାର୍ଶ୍ୱ ଜମିକୁ ହେରଫେର କରି ହାତେଇ ନେଇଛନ୍ତି। ଫଳରେ ଚିରସ୍ରୋତା ବ୍ରାହ୍ମଣୀ ସହ ଗୋବରୀର ସଂଯୋଗ ନେଇ ସମସ୍ୟା ଦେଖାଦେଇଛି। ଗୋବରୀ ନଦୀର ଉଭୟପାର୍ଶ୍ୱରେ ଥିବା ଶତାଧିକ ଏକର ଉର୍ବର ଚାଷଜମି ପାଣି ବିନା ପଡିଆ ପଡୁଛି । ଗୋବରୀ ନଦୀ ସମ୍ପୂର୍ଣ୍ଣ ଖନନ କରାଯାଇ ବ୍ରାହ୍ମଣୀ ସହ ସଂଯୋଗ କରାଗଲେ ପଟ୍ଟାମୁଣ୍ଡାଇ, ମହାକାଳପଡ଼ା, କେନ୍ଦ୍ରାପଡ଼ା ଓ ରାଜନଗର ବ୍ଲକ ଅଞ୍ଚଳର ୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କ ଅର୍ଥନୈତିକ ଓ ସାମାଜିକ ଉନ୍ନତି ହେବ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri