ବରକନ୍ୟାଙ୍କୁ ବେଦିରୁ ଉଠାଇନେଲା ପୋଲିସ

ରାଉରକେଲା ଅଫିସ,୨୧ା୫: ପ୍ରଥମ ସ୍ତ୍ରୀ ଓ ତାଙ୍କର ଏକ ଝିଅ ଥିବା ସତ୍ତ୍ୱେ ଅନ୍ୟ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ପୋଲିସ ବାହାଘର ବେଦିରୁ ବର ଓ କନ୍ୟାଙ୍କୁ ଉଠାଇ ନେଇଛି। ଏଭଳି ଏକ ଘଟଣା ଘଟିଛି ରାଉରକେଲା ଉଦିତନଗର ଥାନା ଅନ୍ତର୍ଗତ ମାଲଗୋଦାମ ଅଞ୍ଚଳରେ।
ପୋଲିସ ସୂଚନା ଅନୁସାରେ, ଗତ ୨୦୧୩ ମସିହାରେ ରାଉରକେଲା ମାଲଗୋଦାମ ଅଞ୍ଚଳର ସରସ୍ବତୀ ସରକାର(୩୨) ଜଲଦା ସି ବ୍ଲକ ଅଞ୍ଚଳର ଆନନ୍ଦ ଶର୍ମା(୩୮)ଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ବିବାହର କିଛି ବର୍ଷ ପରେ ସରସ୍ବତୀଙ୍କର ଏକ ଝିଅ ଜନ୍ମ ହୋଇଥିଲା। ଏହାପରେ ଶ୍ୱଶୁର ଘର ଲୋକେ ସରସ୍ବତୀଙ୍କୁ ନିର୍ଯାତନା ଦେବା ଆରମ୍ଭ କରି ଦେଇଥିଲେ। ସରସ୍ବତୀ ଏସବୁ କଥା ତାଙ୍କ ସ୍ବାମୀ ଆନନ୍ଦଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ବରଂ ଆନନ୍ଦ ତାଙ୍କୁ ଅଧିକ ମାରଧର କରିଥିଲେ। ନିର୍ଯାତନା ଅସହ୍ୟ ହେବାରୁ ସରସ୍ବତୀ ଶ୍ୱଶୁର ଘର ଛାଡ଼ି ନିଜ ୫ ବର୍ଷର ଝିଅକୁ ଧରି ବାପ ଘରେ ରହୁଥିଲେ। ଅନ୍ୟପଟେ ଆନନ୍ଦ ପ୍ରଥମ ସ୍ତ୍ରୀ ସରସ୍ବତୀଙ୍କୁ ଛାଡପତ୍ର ନ ଦେଇ ଅନ୍ୟ ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ। ଶୁକ୍ରବାର ରାଉରକେଲା ହନୁମାନ ବାଟିକା ସ୍ଥିତ ମଣ୍ଡପରେ ଆନନ୍ଦ ଓ ତାଙ୍କ ପ୍ରେମିକା ଦ୍ୱିତୀୟ ବିବାହ କରୁଥିଲେ। ଖବର ପାଇ ଆନନ୍ଦଙ୍କ ପ୍ରଥମ ସ୍ତ୍ରୀ ସରସ୍ବତୀ ଉଦିତନଗର ଥାନାରେ ଏ ନେଇ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ପୋଲିସ ବେଦୀରୁ ଉଭୟ ବର ଓ କନ୍ୟାଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ଏ ନେଇ ଏକ ମାମଲା (ନଂ.୧୧୫।୨୨) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri