Posted inଫୁରସତ

ବରଣମାଳା ପକାଉଥିଲେ କନ୍ୟା, ହଠାତ୍‌ ବେଦୀ ଉପରେ ଟଳିପଡ଼ିଲେ ବର, ଆଉ ତା’ ପରେ…

ଅମରାବତୀ,୨୬ା୧୧: ଆଖିରେ ଆଖିଏ ସ୍ବପ୍ନ ନେଇ ବିବାହ କରିବାକୁ ଆସିଥିଲେ ବର। ସାହାନାଇ ଶବ୍ଦରେ ପ୍ରତିଧ୍ୱନିତ୍ୱ ହେଉଥିଲା ବେଦୀ ଚାରି ପାଖ। ବନ୍ଧୁବାନ୍ଧବ ହସଖୁସିରେ ବିବାହ ଉତ୍ସବକୁ ଉପଭୋଗ କରୁଥିଲେ। ଠିକ୍‌ ଏହି ସମୟରେ ଘଟିଗଲା ଏକ ବଡ଼ ଅଘଟଣ। ବରଙ୍କ ବେକରେ କନ୍ୟା ବରଣମାଳା ପିନ୍ଧାଇବା ସମୟରେ ବରଙ୍କୁ ହୃଦ୍‌ଘାତ ଆସିଥିଲା। ସେ ବେଦୀ ଉପରେ ହିଁ ଟଳିପଡ଼ିଥିଲେ। ଫଳରେ ଆନନ୍ଦର ପରିବେଶ ନିମିଷକରେ ଶୋକରେ ବୁଡ଼ିଗଲା। ଏପରି ଦୁଃଖଦ ଘଟଣା ଘଟିଛି ଆନ୍ଧ୍ରପ୍ରଦେଶର ଭାରୁଡରେ। ବିବାହର ମାତ୍ର ଅଧ ଘଣ୍ଟା ପରେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି ବର। କନ୍ୟା ସମେତ ସମଗ୍ର ପରିବାର ଦୁଃଖରେ ଭଙ୍ଗିପଡ଼ିଛନ୍ତି। ଏହି ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି।

ମୃତ ବରଙ୍କ ନାଁ ଅମୋଲ ପରମେଶ୍ୱର। ସେ ଅମରାବତୀର ଭାରୁଡ ତାଲୁକାର ପୁସ୍ଲା ତଲାଥି କାର୍ଯ୍ୟାଳୟରେ ପୋଲିସ ଇନ୍ସପେକ୍ଟର ଭାବରେ କାର୍ଯ୍ୟ କରୁଥିଲେ। ପୂର୍ବ ଦିନ (ନଭେମ୍ବର ୨୫ରେ) ତାଙ୍କ ଜୀବନର ଏକ ବିଶେଷ ଦିନ ଥିଲା। ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ବିବାହ ରୀତିନୀତି ସମାପ୍ତ ହୋଇଥିଲା ଏବଂ ଅତିଥିମାନେ ଭୋଜନର ମଜା ନେଇଥିଲେ। କିଛି ଲୋକ ଶୁଭେଚ୍ଛା ଜଣାଇବା ପାଇଁ ବର ଏବଂ କନ୍ୟାଙ୍କୁ ମଧ୍ୟ ଭେଟିଥିଲେ।

ଯେତେବେଳେ ନବଦମ୍ପତି ମଞ୍ଚ ଉପରେ ଠିଆ ହୋଇଥିଲେ। ସେ ସମୟରେ ବରଙ୍କର ହୃଦ୍‌ଘାତ ହୋଇଥିଲା ଏବଂ ସେ ତଳେ ପଡ଼ି ଯାଇଥିଲେ। ସମସ୍ତେ ସ୍ତବ୍ଧ ହୋଇଯାଇଥିଲେ। ଅନ୍ୟମାନଙ୍କ ସହାୟତାରେ ସମ୍ପର୍କୀୟମାନେ ଅମୋଲଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲକୁ ନେଇଯାଇଥିଲେ, କିନ୍ତୁ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା। ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ହୃଦୟ ବିଦାରକ ଘଟଣାରେ ଭାଙ୍ଗି ପଡ଼ିଛନ୍ତି କନ୍ୟା। ଯାହାଙ୍କୁ ସେ ଅଧ ଘଣ୍ଟା ପୂର୍ବରୁ ବିବାହ କରିଥିଲେ, ଯାହାଙ୍କ ସହିତ ସେ ସାତଫେରା ନେଇଥିଲେ, ସେ ତାଙ୍କୁ ଛାଡ଼ି ମାତ୍ର ଅଧ ଘଣ୍ଟା ମଧ୍ୟରେ ମୃତ୍ୟୁବରଣ କଲେ। ଏହି ଦୁଃଖଦ ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯାହା ସମସ୍ତଙ୍କ ଆଖି ଓଦା କରିଦେଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri