ମା’ଙ୍କ ଫଟୋ ହାତରେ ଧରି ବିବାହ ମଣ୍ଡପକୁ ଗଲେ କନ୍ୟା, ଭିଡିଓରେ ଦେଖିଲେ ଆଖିରେ ରହିବନି ଲୁହ

ଇସଲାମାବାଦ,୧୭ା୧୨: ଜଣେ କନ୍ୟା ବିବାହ ମଣ୍ଡପକୁ ପ୍ରବେଶ କରିବା ସମୟରେ ଏକ ସ୍ପର୍ଶକାତର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ସମୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହା ହଜାର ହଜାର ଦର୍ଶକଙ୍କୁ ଭାବପ୍ରବଣ କରିଦେଇଛି। ଭିଡିଓରେ କନ୍ୟା ଜଣକ ହାତରେ ତାଙ୍କ ମୃତ ମା’ଙ୍କ ଫଟୋ ଧରିଛନ୍ତି।

ଭିଡିଓଟି ପାକିସ୍ତାନର ବୋଲି ଜଣାପଡ଼ିଛି। କନ୍ୟା ତାଙ୍କ ମୃତ ମା’ଙ୍କ ଫଟୋ ଧରି ବିବାହ ମଣ୍ଡପକୁ ପ୍ରବେଶ କରିବାବେଳେ ଖୁବ୍‌ ଜୋର୍‌ରେ କାନ୍ଦୁଥିଲେ। ଏକ ଲାଲ୍‌ ରଙ୍ଗର ବ୍ରାଇଡାଲ ଡ୍ରେସ ପିନ୍ଧି ସେ ତାଙ୍କ ପିତାଙ୍କ ସହ ମଣ୍ଡପକୁ ଯାଉଥିବା ଭିଡିଓରେ ଦେଖିବାକୁ ମିଳିଛି। ଦୃଶ୍ୟଟି ବେଶ୍‌ ଭାବପ୍ରବଣ।

ଏହି ଭାବପ୍ରବଣ ମୁହୂର୍ତ୍ତର ଫଟୋକୁ ଫଟୋଗ୍ରାଫର ମହା ଓ୍ବାଜାହାତ୍‌ ଖାନ ନାମକ ଜଣେ ୟୁଜର ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯିଏ ଏହାକୁ ଝିଅଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଭିଡିଓରେ କନ୍ୟାଙ୍କ ସମ୍ପର୍କୀୟମାନେ ମଧ୍ୟ ଲୁହ ପୋଛି ଦେଇ ତାଙ୍କୁ ସାନ୍ତ୍ୱନା ଦେଉଥିବାର ନଜର ଆସିଛନ୍ତି। ୫୭ ସେକେଣ୍ଡର ଏହି ଭିଡିଓ କ୍ଲିପ୍‌ରେ କନ୍ୟା ଏବଂ ତାଙ୍କ ପିତା ପରସ୍ପରକୁ ଆଲିଙ୍ଗନ କରିଥିଲେ।

ଦୁଇଦିନ ତଳେ ଭିଡିଓଟି ଶେୟାର କରାଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଭିଡିଓଟିକୁ ୨.୮ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri