Posted inଫୁରସତ

ବିବାହ ମଣ୍ଡପରେ କନ୍ୟାଙ୍କ ଓଢଣା କାଢିଲେ ବର, ପ୍ରତିକ୍ରିୟା ଦେଖି….

ଆଜିକାଲି ବିବାହ ଋତୁ ଚାଲିଛି। ବିବାହର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନିକଟରେ ବିବାହର ଏକ ମଜାଦାର ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଜଣେ ବର ପ୍ରଥମଥର କନ୍ୟାଙ୍କୁ ଦେଖି ଏମିତି ପ୍ରତିକ୍ରିୟା ଦେଇଥିଲେ,ଯାହା ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଥିଲା।
ସାଧାରଣତଃ ବିବାହ ଦିନ ବର ହେଉ କି କନ୍ୟା, ସମସ୍ତେ ସୁନ୍ଦର ଦେଖାଯିବାକୁ ସ୍ବପ୍ନ ଦେଖନ୍ତି। ସମସ୍ତେ ଚାହାନ୍ତି ତାଙ୍କ ସ୍ବପ୍ନର ରାଜକୁମାର/ରାଜକୁମାରୀ ବିବାହ ଦିନ ସୁନ୍ଦର ଦେଖାଯାନ୍ତୁ। ଇଣ୍ଟରନେଟରେ ଭାଇରାଲ ହେଉଥିବା ଭିଡିଓରେ ବର ଜଣଙ୍କ ମଧ୍ୟ ନିଜ କନ୍ୟାଙ୍କୁ ଦେଖିବାକୁ ବହୁତ ଉତ୍ସାହିତ ଥାନ୍ତି। କନ୍ୟାକୁ ବିବାହ ମଣ୍ଡପକୁ ଆସିବା କ୍ଷଣକୁ ସେ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। କନ୍ୟା ଆସିବା କ୍ଷଣି ବର ତାଙ୍କ ଓଢଣା କାଢି ଦେଖିବା ପରେ ଏମିତି ଲାଜେଇ ଯାନ୍ତି ତାହା ଦେଖି ଉପସ୍ଥିତ ଲୋକଙ୍କ ନଜର ଉଭୟଙ୍କ ଉପରେ ଅଟକି ଯାଏ। ବର କନ୍ୟାକୁ ଦେଖିବା ମାତ୍ରେ ନିଜକୁ ନିୟନ୍ତ୍ରଣ କରି ନ ପାରି ଖୁସିରେ ମଞ୍ଚରେ ନାଚିବା ଆରମ୍ଭ କଲା।
ଏହି ଭିଡିଓଟି ଇନଷ୍ଟାଗ୍ରାମରେ Garrysandhu_fan_club ନାମକ ଏକ ଆକାଉଣ୍ଟ ଦ୍ୱାରା ଅପଲୋଡ ହେବା ମାତ୍ରେ ଲୋକମାନେ ଏହାକୁ ବହୁତ ପସନ୍ଦ କରିଥିଲେ। ସାତ ଲକ୍ଷ ୪୨,୦୦୦ ରୁ ଅଧିକ ଲୋକ ଏହି ଭିଡିଓକୁ ପସନ୍ଦ କରୁଥିବାବେଳେ ଏହା ୧.୫ କୋଟିରୁ ଅଧିକ ଥର ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri