Posted inଫୁରସତ

କନ୍ୟାଙ୍କ ପାଦ ଛୁଇଁଲେ ବର: କହିଲେ ହୃଦୟସ୍ପର୍ଶୀ କଥା

ଭାରତୀୟ ପରମ୍ପରା ଅନୁଯାୟୀ ବିବାହ ପରେ କନ୍ୟା ବରଙ୍କ ପାଦ ଛୁଇଁଥା’ନ୍ତି। କିନ୍ତୁ ନିକଟରେ ସୋସିଆଲ ମିଡିଆରେ ଏକ ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି। ଫଟୋରେ ବର କନ୍ୟାଙ୍କ ପାଦ ଛୁଇଁ ଥିବାର ଦେଖାଯାଇଛି। ଏହି ଭାଇରାଲ ଫଟୋ ଦେଖି ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଟୁଇଟର୍‌ରେ ଭାଇରାଲ ହୋଇଥିବା ଏହି ଫଟୋକୁ ଡା. ଅଜିତ ଭରଓ୍ବାଣ୍ଡକର ତାଙ୍କ ଅଫିସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଫଟୋ ଶେୟାର କରିବା ସହିତ ସେ ଏକ ହୃଦୟସ୍ପର୍ଶୀ କ୍ୟାପଶନ ଲେଖିଛନ୍ତି। ସେ ଲେଖିଛନ୍ତି, ବିବାହ କାର୍ଯ୍ୟକ୍ରମ ଶେଷ ହେବାପରେ, ବର କନ୍ୟାଙ୍କ ପାଦତଳେ ମୁଣ୍ଡ ନୁଆଁଇଥିଲେ। ଏହାଦେଖି ବିବାହ ଉତ୍ସବରେ ଉପସ୍ଥିତ ଥିବା ସମସ୍ତ ଘରଲୋକ ସ୍ତବ୍ଧ ହୋଇଯାଇଥିଲେ।
ଫଟୋ ଭାଇରାଲ ହେଲାପରେ, ସେ ବର ତରଫରୁ ପ୍ରତିକ୍ରିୟାରେ ଲେଖିଥିଲେ, ସେ ମୋର ବଂଶକୁ ଆଗକୁ ବଢାଇବ, ସେ ମୋ ଘରର ଲକ୍ଷ୍ମୀ। ମୋ ମାତାପିତାଙ୍କୁ ସମ୍ମାନ କରିବ ଏବଂ ସେବା କରିବ। ମୋତେ ପିତା ହେବାର ସୌଭାଗ୍ୟ ଦେବ। ପ୍ରସବ ସମୟରେ ମୃତ୍ୟୁମୁଖରେ ଥାଇ ମୋ ପିଲା ଜନ୍ମ ଦେବ। ସେ ମୋ ଘରର ମୂଳଦୁଆ। ତା’ର ଆଚରଣ ଦ୍ୱାରା ସମାଜରେ ମୋର ପରିଚୟ ସୃଷ୍ଟି ହେବ। ମାତାପିତାଙ୍କୁ ଛାଡି ସେ ମୋ ପାଇଁ ଏଠାକୁ ଆସିଛି। ସେ ପ୍ରିୟଜନଙ୍କ ସହ ସମ୍ପର୍କ ଭାଙ୍ଗି ମୋ ସହିତ ସମ୍ପର୍କ ଯୋଡିଛନ୍ତି।
ଶେଷରେ, ଡକ୍ଟର ଅଜିତ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ଯେତେବେଳେ ସେ ଏସବୁ କରିପାରିବେ, ତାଙ୍କୁ ଆମେ ଟିକିଏ ସମ୍ମାନ ମଧ୍ୟ ଦେଇ ପାରିବୁ ନାହିଁ? ଯଦି ମହିଳାମାନଙ୍କ ପାଦ ଛୁଇଁବା ହାସ୍ୟାସ୍ପଦ, ତେବେ ମୋତେ ସମାଜର ଚିନ୍ତା କରିବା ଆବଶ୍ୟକ ନାହିଁ।

https://twitter.com/Varwandkar/status/139866315963684454


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri