ବାହାଘର ସାରି ଫେରୁଥିଲେ ବର-କନ୍ୟା, ଟ୍ରକ୍‌ ସହ ମୁହାଁମୁହିଁ ଧକ୍କାରେ ଚାଲିଗଲା ଡ୍ରାଇଭରଙ୍କ ଜୀବନ

କୋକସରା,୩୦ା୧୨(ଡି.ଏନ୍‌.ଏ.): ବରକନ୍ୟା ବିବାହ ସାରି ଘରକୁ ଫେରୁଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଛତିଶଗଡ଼ ସର୍ଗିଗୁଡ଼ାରୁ ନବରଙ୍ଗପୁର ମୈଦାଲପୁର ଡୁମେରମୁଣ୍ଡା ଗାଁରୁ ବିବାହ ସାରି କନ୍ୟା ନେଇ ଫେରୁଥିବା ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବୋଲେରୋ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ବରକନ୍ୟା ଗୁରୁତର ହୋଇଛନ୍ତି। ଆମପାଣି ପୋଲିସ ଏକ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ସୂଚନାନୁଯାୟୀ, କନ୍ୟାକୁ ନେଇ ଫେରୁଥିବା ଆମପାଣି ଥାନା ବିଜୁ ଏକ୍ସପ୍ରେସ ଓ୍ବେ ରାସ୍ତା ଭୁର୍ଷାଗୁଡ଼ା ନିକଟରେ ଏକ ବୋଲେରୋ ଗାଡ଼ି ସାମ୍ନା ପଟୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ବୋଲେରୋ ଡ୍ରାଇଭର ରୁକ୍ମଣ ସାହୁ (୩୫)ଙ୍କ ମୃତ୍ୟୁ ହୋଇଛି। ବୋଲେରୋରେ ବସିଥିବା ବରକନ୍ୟାଙ୍କ ସମେତ ଅନ୍ୟ ୫ରୁ ୬ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ଆମପାଣି ପୋଲିସ ଡ୍ରାଇଭରଙ୍କୁ ଉଦ୍ଧାର କରି କୋକସରା ହସ୍ପିଟାଲକୁ ଚିକିତ୍ସା ପାଇଁ ନେବା ବେଳେ ହସ୍ପିଟାଲ ପହଞ୍ଚିବା ପୂର୍ବରୁ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ସମସ୍ତେ ଗୁରୁତର ଅବସ୍ଥାରେ ଧର୍ମଗଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ମୃତ ଡ୍ରାଇଭର ଛତିଶଗଡ଼ର ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri