ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଠାକୁରମୁଣ୍ଡା,୨୩ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା- ଆନନ୍ଦପୁର ରାସ୍ତାର ତରାମରା ନାଳ ପୋଲ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବରଯାତ୍ରୀ ନେଇ ଫେରୁଥିବା ବୋଲେରୋଟି ରାସ୍ତାକଡ଼ ଗଛରେ ପିଟି ହୋଇଯିବାରୁ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ଗୁରୁତର ଥିବାର ଜଣାଯାଇଛି। ଅନ୍ୟ କେତେକ ଯାତ୍ରୀ ଆହତ ହୋଇଥିବାର ଜଣାପଡ଼ିଛି। ଦୁର୍ଘଟଣା ପରେ ସମସ୍ତଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ୨ ଜଣକୁ ମୃତ ଘୋଷଣା କରିଥିଲେ। ମୃତକ ୨ ଜଣ ହେଲେ ଠାକୁରମୁଣ୍ଡା ବ୍ଲକ ଧାତିକିଡ଼ିହା ପଞ୍ଚାୟତ ଅଧିନସ୍ଥ ଗୋଡ଼ଭଙ୍ଗା ଗ୍ରାମର କ୍ଷେତ୍ରବାସୀ ମହାରଣା (୬୨) ଓ କୁଳମଣି ମହାରଣା (୫୫)। ଗୁରୁତର ଥିବା ବୋଲେରୋ ଡ୍ରାଇଭର ସାତକୋଶିଆ ଗ୍ରାମର ପ୍ରଶାନ୍ତ କୁମାର ପତିଙ୍କୁ ଘଷିପୁରା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ, ଗୋଡ଼ଭଙ୍ଗା ଗ୍ରାମରୁ ବର ନେଇ ବରଯାତ୍ରୀ ଦଳ ଶୁକୃଳି ବ୍ଲକ ଅନ୍ତର୍ଗତ ଭାଲିଆ ସାହିକୁ ଯାଇ ବାହାଘର ସାରି ବୋଲେରୋ ନଂ ଓ ୦୨ ବିଡି ୬୨୭୨ ଯୋଗେ ଫେରୁଥିବା ସମୟରେ ରବିବାର ବିଳମ୍ବିତ ରାତିରେ ସମୟରେ ଗଛରେ ପିଟି ହୋଇଥିଲା। ଫଳରେ ଗାଡ଼ ଭିତରେ ଚାପି ହୋଇ ଜଣେ ଯାତ୍ରୀ ରହି ଯାଇଥିଲେ। ଖବର ପାଇ ଠାକୁରମୁଣ୍ଡା ଅଗ୍ନିଶମ ବିଭାଗ ଓ ଠାକୁରମୁଣ୍ଡା ଥାନା ପୋଲିସ ପହଞ୍ଚି ଚାପି ହୋଇ ରହି ଯାଇଥିବା ବ୍ୟକ୍ତିଙ୍କୁ ଉଦ୍ଧାର ସହ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ଠାକୁରମୁଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଆଣି ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri