ଭାଙ୍ଗିଲା ବ୍ରିିଜ୍‌, ଲଟକି ରହିଲା ମାଟି ବୋଝେଇ ହାଇଓ୍ବା

ବାଣପୁର,୨୫ା୧(ଦିଲ୍ଲୀପ କୁମାର ସ୍ବାଇଁ): ଭାଙ୍ଗିଲା ବ୍ରିଜ୍‌, ଫସିଲା ମାଟି ବୋଝେଇ ହାଇଓ୍ବା। ବାଣପୁର ଥାନା ଅନ୍ତର୍ଗତ ତୋରସିଂହ ଗମ୍ଭାରୀମୁଣ୍ଡା ରାସ୍ତାରେ ଥିବା ନଛିପୁର ବ୍ରିଜ୍‌ ଭାଙ୍ଗିଲା। ମାଟି ବୋଝେଇ ହାଇଓ୍ବା ଗମ୍ଭାରୀମୁଣ୍ଡାରୁ ବାଣପୁର ଆସୁଥିବା ଥିବା ସମୟରେ ନଛିପୁର ବ୍ରିଜ ଭାଙ୍ଗିଯିବା ଫଳରେ ଲଟକି ରହିଛି। ମାଟି ବୋଝେଇ ହାଇଓ୍ବା। ଫଳରେ ଯାତାୟାତ ବାଧାପ୍ରାପ୍ତ। ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲଫର ଫେରାର।
ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ତୋରସିଂହ ଗମ୍ଭାରୀମୁଣ୍ଡା ରାସ୍ତାରେ ଥିବା ନଛିପୁର ବ୍ରିଜ ଭାଙ୍ଗିଲା। ଫଳରେ ଫସି ରହିଛି ମାଟି ବୋଝେଇ ହାଇଓ୍ବା। ସେହି ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ଆଜି ସକାଳୁ ଗମ୍ଭାରୀମୁଣ୍ଡାରୁ ବାଣପୁର ଏକ ମାଟି ବୋଝେଇ ହାଇଓ୍ବା ଆସୁଥିଲା। ହଠାତ୍‌ ପୋଲ ଉପରେ ଗାଡ଼ି ଯିବାବେଳକୁ ପୋଲଟି ସମ୍ପୂର୍ଣ୍ଣ ଭାବରେ ଭୁଶୁଡ଼ି ଦୁଇଖଣ୍ଡ ହୋଇଯାଇଛି। ଯାହାଫଳରେ ଏହି ରାସ୍ତାଦେଇ ଗୋଟିଏ ପଞ୍ଚାୟତ ସହିତ ଗମ୍ଭାରୀମୁଣ୍ଡା ଅଞ୍ଚଳର ଲୋକମାନଙ୍କ ଯାତାୟାତ ଠପ୍‌ ହୋଇଯାଇଛି।

ଦୀର୍ଘ ୪୦ ବର୍ଷର ପୋଲକୁ ପୁନଃନିର୍ମାଣ କରିବା ପାଇଁ ସ୍ଥାନୀୟ ଲୋକ ଦାବି କରି ଆସୁଥିଲେ। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ୨୦୨୧ରେ ଆରମ୍ଭ ହୋଇ ୨୦୨୨ରେ ଶେଷ କରିବା ପାଇଁ ସମୟ ଧାର୍ଯ୍ୟ ହୋଇଥିଲା। ୨କୋଟି ୩୯ ଲକ୍ଷ ୯୨ ହଜାର ଟଙ୍କାରେ ଏକ ନୂଆ ସେତୁ ନିର୍ମାଣ ପାଇଁ ଅଟକଳ ହୋଇଥିଲା। ସେବେଠାରୁ ହେଲେ ଅଧାପନ୍ତରିଆ ଭାବରେ ପଡ଼ିରହିଛି। ଯାହା ଫଳରେ ଆଜି ଏଭଳି ପରିସ୍ଥିତି ଭୋଗୁଛନ୍ତି ସ୍ଥାନୀୟ ବାସିନ୍ଦା। ଏମିତି ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା। ଏପଟେ ମାଟି ବୋଝେଇ ହାଇଓ୍ବା ମାଲିକ କହିଛନ୍ତି, ହାଇଓ୍ବାରେ ଡଷ୍ଟ ଯାଉଛି। ହେଲେ ହାଇଓ୍ବାରେ ମାଟି ଯାଉଥିବା ଜଣାନଡ଼ିଛି। ଅନ୍ୟପଟେ ଘଟଣାସ୍ଥଳରେ ବାଣପୁର ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri