ଛତ୍ରବଜାର ପୋଲ ଭୁଶୁଡ଼ିଲା, ଚାପି ହୋଇଗଲେ କିଛି ଲୋକ

କଟକ ଅଫିସ,୯ା୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଘଟିଛି ଅଘଟଣ। ପୋଲ ମରାମତି ବେଳେ ସାଇଡ୍‌ ଓ୍ବାଲ୍‌ ଭୁଶୁଡ଼ି ଯିବାରୁ ସେଠାରେ କାମ କରୁଥିବା କିଛି ଲୋକ ମାଟି ତଳେ ଚାପି ହୋଇଯାଇଥିବା ସୂଚନା ମିଳିଛି। ତୁରନ୍ତ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ୩ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଏସ୍‌ସିବି ମେଡିକାଲକୁ ପଠାଇଛି। ଆଉ କେତେଜଣ ମାଟି ତଳେ ଚାପି ହୋଇରହିଥିବା ସନ୍ଦେହ କରାଯାଉଥିବାରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଘଟଣାସ୍ଥଳରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, ସିଏମ୍‌ସି କମିଶନର ଅନନ୍ୟା ଦାସ ଏବଂ ଡିସିପି ପ୍ରତୀକ ସିଂ ପହଞ୍ଚି ସୁରକ୍ଷିତ ଉଦ୍ଧାର କାର୍ଯ୍ୟ ଉପରେ ଗୁରୁତ୍ୱ ଦେବା ସହ ଏଭଳି ଦୁର୍ଘଟଣା କିଭଳି ଘଟିଲା ସେ ସମ୍ପର୍କରେ ଅନୁଧ୍ୟାନ କରୁଛନ୍ତି। ଅପରପକ୍ଷରେ ମାଟିତଳୁ ଉଦ୍ଧାର ହୋଇଥିବା ଲୋକଙ୍କ ପରିଚୟ ମିଳିପାରି ନ ଥିବାରୁ ସେମାନେ ଗାର୍ଡ ଓ୍ବାଲ ନିର୍ମାଣରେ କାର୍ଯ୍ୟରତ ଶ୍ରମିକ କିମ୍ବା ରାସ୍ତା ପାର୍ଶ୍ୱରେ ବସି ପରିବା ବ୍ୟବସାୟ କରୁଥିଲେ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ପୋଲ ମରାମତି ସମୟରେ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିବାରୁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri