ଛତ୍ରବଜାର ପୋଲ ଭୁଶୁଡ଼ିଲା, ଚାପି ହୋଇଗଲେ କିଛି ଲୋକ

କଟକ ଅଫିସ,୯ା୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଘଟିଛି ଅଘଟଣ। ପୋଲ ମରାମତି ବେଳେ ସାଇଡ୍‌ ଓ୍ବାଲ୍‌ ଭୁଶୁଡ଼ି ଯିବାରୁ ସେଠାରେ କାମ କରୁଥିବା କିଛି ଲୋକ ମାଟି ତଳେ ଚାପି ହୋଇଯାଇଥିବା ସୂଚନା ମିଳିଛି। ତୁରନ୍ତ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ୩ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଏସ୍‌ସିବି ମେଡିକାଲକୁ ପଠାଇଛି। ଆଉ କେତେଜଣ ମାଟି ତଳେ ଚାପି ହୋଇରହିଥିବା ସନ୍ଦେହ କରାଯାଉଥିବାରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଘଟଣାସ୍ଥଳରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, ସିଏମ୍‌ସି କମିଶନର ଅନନ୍ୟା ଦାସ ଏବଂ ଡିସିପି ପ୍ରତୀକ ସିଂ ପହଞ୍ଚି ସୁରକ୍ଷିତ ଉଦ୍ଧାର କାର୍ଯ୍ୟ ଉପରେ ଗୁରୁତ୍ୱ ଦେବା ସହ ଏଭଳି ଦୁର୍ଘଟଣା କିଭଳି ଘଟିଲା ସେ ସମ୍ପର୍କରେ ଅନୁଧ୍ୟାନ କରୁଛନ୍ତି। ଅପରପକ୍ଷରେ ମାଟିତଳୁ ଉଦ୍ଧାର ହୋଇଥିବା ଲୋକଙ୍କ ପରିଚୟ ମିଳିପାରି ନ ଥିବାରୁ ସେମାନେ ଗାର୍ଡ ଓ୍ବାଲ ନିର୍ମାଣରେ କାର୍ଯ୍ୟରତ ଶ୍ରମିକ କିମ୍ବା ରାସ୍ତା ପାର୍ଶ୍ୱରେ ବସି ପରିବା ବ୍ୟବସାୟ କରୁଥିଲେ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ପୋଲ ମରାମତି ସମୟରେ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିବାରୁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri