Posted inଜାତୀୟ

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି। ୧୦୦ ଫୁଟ୍‌ ଉଚ୍ଚତାର ଏହି ବ୍ରିଜ୍‌ ତଳେ ୨ଟି ପିଲାର ଥିବାବେଳେ ୫ଟି ସ୍ଲାବ୍‌ ରହିଥିଲା। ରାତିରେ ହଠାତ୍‌ ପବନ ହେବାରୁ ୨ଟି ବ୍ରିଜ୍‌ ଭାଙ୍ଗିଯାଇଥିଲା। ଅବଶିଷ୍ଟ ୩ ସ୍ଲାବ ମଧ୍ୟ ଖୁବ୍‌ଶୀଘ୍ର ଭାଙ୍ଗିଯିବ ବୋଲି ସ୍ଥାନୀୟ ଲୋକେ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେବେ ବ୍ରିଜ୍‌ ଭୁଶିଡ଼ିବାର ୧ ମିନିଟ ପୂର୍ବରୁ ଏହା ତଳ ମାଟିରାସ୍ତା ଦେଇ ଏକ ବରଯାତ୍ରୀ ବସ୍‌ ଯାଇଥିଲା। ବସ୍‌ରେ ୬୦ ବରଯାତ୍ରୀ ଥିଲେ। ମାନାଇର ନଦୀ ଉପରେ ନିର୍ମିତ ଏହି ବ୍ରିଜ୍‌ ପାଇଁ ୨୦୧୬ରେ ୪୯ କୋଟି ଟଙ୍କା ମଞ୍ଜୁର ହୋଇଥିଲା। ସ୍ଥାନୀୟ ବିଧାୟକ ତଥା ତେଲଙ୍ଗାନା ବିଧାନସଭା ବାଚସ୍ପତି ଏସ୍‌. ମଧୁସୂଦନ ଚାରୀ ଏହାର ଶୁଭଦେଇଥିଲେ। ବର୍ଷେ ଭିତରେ ଏହାର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଥିଲା। ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ତେଲୁକୁମଣ୍ଡାର ଗମ୍ଭୀରାପଲ୍ଳୀ ଏବଂ ପେଡ୍ଡାପାଲିର ଗମ୍‌ଜଭି ଅନ୍ତର୍ଗତ ପନତ୍‌ଭୂପାପାଲ ଏବଂ ଓଡଠି ମଧ୍ୟରେ ପ୍ରାୟ ୫୦ କି.ମି. ଦୂରତା ହ୍ରାସ ପାଇଥା’ନ୍ତା। ତେବେ ସରକାରୀ ଚାପ ଯୋଗୁ ଠିକାଦାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ବନ୍ଦ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri