ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ଭୁଶୁଡ଼ିପଡ଼ିଛି। ପାଣିକୋଇଲିଠାରୁ ୬ କି.ମି. ଦୂର ଭଦ୍ରକ ରାସ୍ତାରେ ଠିକାସଂସ୍ଥା ଡିବିଏଲ୍‌ ଦ୍ୱାରା ନିର୍ମାଣାଧୀନ ଏହି ବ୍ରିଜ କାର୍ଯ୍ୟ ଅତି ନିମ୍ନମାନର ହେଉଥିବାରୁ ଭୁଶୁଡ଼ି ପଡ଼ିଥିବା ବିିଭିନ୍ନ ମହଲରେ ମତପ୍ରକାଶ ପାଇଛି।
ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ) ବାଲେଶ୍ୱର ଡିଭିଜନ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ୬ ଲେନ୍‌ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏହି କାର୍ଯ୍ୟ ଡିବିଏଲ ସଂସ୍ଥା ଦ୍ୱାରା ହେଉଥିଲେ ହେଁ କେତେଜଣ ପେଟି କଣ୍ଟ୍ରାକ୍ଟର ଏହାକୁ ସମ୍ପାଦନ କରୁଥିବା କୁହାଯାଉଛି। ଏହାସହ ବାଲେଶ୍ୱର ଏନ୍‌ଏଚ୍‌ଏଆଇ ଡିଭିଜନ କର୍ତ୍ତୃପକ୍ଷ ନିରୀକ୍ଷଣ କରିବାକୁ ଆସୁନାହାନ୍ତି। ଫଳରେ ଠିକାସଂସ୍ଥା ଆବଶ୍ୟକ ପରିମାଣ ଓ ଉଚ୍ଚମାନର ନିର୍ମାଣ ସାମଗ୍ରୀ ବ୍ୟବହାର କରୁ ନ ଥିବା ଅଭିଯୋଗ ହେଉଛି। ମିଳିଥିବା ସୂଚନା ଅନୁଯାୟୀ, ଗତ ୩ ମାସ ହେବ ଏହି ବ୍ରିଜ୍‌ କାର୍ଯ୍ୟ ଆରମ୍ଭ ହୋଇଥିଲା। ଦୁର୍ଘଟଣା ସମୟରେ ବ୍ରିଜ ତଳେ କେହି କର୍ମଚାରୀ କିମ୍ବା ଶ୍ରମିକ ନ ଥିଲେ। ସେମାନେ ଉପରେ ଛାତ କାର୍ଯ୍ୟ କରୁଥିଲେ। ବ୍ରିଜ ଭୁଶୁଡ଼ିବା ଜାଣିପାରି ସେମାନେ ଦୂରକୁ ପଳାଇ ଯାଇଥିଲେ ବୋଲି ସୂଚନା ମିଳିଛି। ଏନେଇ ବ୍ରଜନଗର ବାସିନ୍ଦା ଶରତ ଚନ୍ଦ୍ର ବିଶ୍ୱାଳ କୁହନ୍ତି, ବ୍ରିଜ ତଳେ ଦୀର୍ଘଦିନ ହେଲା ପାଣି ଜମା ହୋଇ ରହିଥିଲା। ଫଳରେ ପିଲରରେ ଲାଗିଥିବା ପାଇପଗୁଡିକ ନଷ୍ଟ ହୋଇଯାଇଥିଲା। ଛାତ ପଡ଼ିବାରୁ ଭାର ସମ୍ଭାଳି ନ ପାରି ଭୁଶୁଡିପଡ଼ିଛି। ଏନେଇ ବାଲେଶ୍ୱର ଏନ୍‌ଏଚ୍‌ଏଆଇର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ସେ ଫୋନ କଲ୍‌ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri