ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ଭୁଶୁଡ଼ିପଡ଼ିଛି। ପାଣିକୋଇଲିଠାରୁ ୬ କି.ମି. ଦୂର ଭଦ୍ରକ ରାସ୍ତାରେ ଠିକାସଂସ୍ଥା ଡିବିଏଲ୍‌ ଦ୍ୱାରା ନିର୍ମାଣାଧୀନ ଏହି ବ୍ରିଜ କାର୍ଯ୍ୟ ଅତି ନିମ୍ନମାନର ହେଉଥିବାରୁ ଭୁଶୁଡ଼ି ପଡ଼ିଥିବା ବିିଭିନ୍ନ ମହଲରେ ମତପ୍ରକାଶ ପାଇଛି।
ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ) ବାଲେଶ୍ୱର ଡିଭିଜନ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ୬ ଲେନ୍‌ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏହି କାର୍ଯ୍ୟ ଡିବିଏଲ ସଂସ୍ଥା ଦ୍ୱାରା ହେଉଥିଲେ ହେଁ କେତେଜଣ ପେଟି କଣ୍ଟ୍ରାକ୍ଟର ଏହାକୁ ସମ୍ପାଦନ କରୁଥିବା କୁହାଯାଉଛି। ଏହାସହ ବାଲେଶ୍ୱର ଏନ୍‌ଏଚ୍‌ଏଆଇ ଡିଭିଜନ କର୍ତ୍ତୃପକ୍ଷ ନିରୀକ୍ଷଣ କରିବାକୁ ଆସୁନାହାନ୍ତି। ଫଳରେ ଠିକାସଂସ୍ଥା ଆବଶ୍ୟକ ପରିମାଣ ଓ ଉଚ୍ଚମାନର ନିର୍ମାଣ ସାମଗ୍ରୀ ବ୍ୟବହାର କରୁ ନ ଥିବା ଅଭିଯୋଗ ହେଉଛି। ମିଳିଥିବା ସୂଚନା ଅନୁଯାୟୀ, ଗତ ୩ ମାସ ହେବ ଏହି ବ୍ରିଜ୍‌ କାର୍ଯ୍ୟ ଆରମ୍ଭ ହୋଇଥିଲା। ଦୁର୍ଘଟଣା ସମୟରେ ବ୍ରିଜ ତଳେ କେହି କର୍ମଚାରୀ କିମ୍ବା ଶ୍ରମିକ ନ ଥିଲେ। ସେମାନେ ଉପରେ ଛାତ କାର୍ଯ୍ୟ କରୁଥିଲେ। ବ୍ରିଜ ଭୁଶୁଡ଼ିବା ଜାଣିପାରି ସେମାନେ ଦୂରକୁ ପଳାଇ ଯାଇଥିଲେ ବୋଲି ସୂଚନା ମିଳିଛି। ଏନେଇ ବ୍ରଜନଗର ବାସିନ୍ଦା ଶରତ ଚନ୍ଦ୍ର ବିଶ୍ୱାଳ କୁହନ୍ତି, ବ୍ରିଜ ତଳେ ଦୀର୍ଘଦିନ ହେଲା ପାଣି ଜମା ହୋଇ ରହିଥିଲା। ଫଳରେ ପିଲରରେ ଲାଗିଥିବା ପାଇପଗୁଡିକ ନଷ୍ଟ ହୋଇଯାଇଥିଲା। ଛାତ ପଡ଼ିବାରୁ ଭାର ସମ୍ଭାଳି ନ ପାରି ଭୁଶୁଡିପଡ଼ିଛି। ଏନେଇ ବାଲେଶ୍ୱର ଏନ୍‌ଏଚ୍‌ଏଆଇର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ସେ ଫୋନ କଲ୍‌ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri