ଢେଙ୍କାନାଳ ଅଫିସ,୨୯ା୫: ସୋମବାର ମଧ୍ୟାହ୍ନରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଯୋରନ୍ଦା ମହିମା ପୀଠରେ ପହଞ୍ଚିଥିଲେ। ହେଲିକପ୍ଟର ଯୋଗେ ଯୋରନ୍ଦା ହାଇ ସ୍କୁଲ ପଡ଼ିଆରେ ଅବତରଣ କରିବା ପରେ ସ୍ବତନ୍ତ୍ର ଗାଡ଼ିରେ ଆସି ଗାଦି ମନ୍ଦିର ନିକଟରେ ପହଞ୍ଚିବା ପରେ ମନ୍ଦିରକୁ ଯାଇଥିଲେ। କୌପିନୀ ସମାଜଙ୍କୁ ପ୍ରଦତ୍ତ ଜାଗା ଉପରେ ନିର୍ମିତ ସଭାସ୍ଥଳକୁ ଆସି ମୁଖ୍ୟମନ୍ତ୍ରୀ ତାଙ୍କୁ ଯୋରନ୍ଦା ପଠାଇ ସାଧୁମାନଙ୍କ ସମସ୍ୟା ବିଷୟରେ ବୁଝିବାକୁ କହିଛନ୍ତି ବୋଲି କହିଥିଲେ। ମହିମା ପୀଠର ସର୍ବାଙ୍ଗୀନ ଉନ୍ନତି ପାଇଁ ଯାହା ଆବଶ୍ୟକ ରହିଛି ତାକୁ ପୂରଣ କରାଯିବ ବୋଲି ସାଧୁମାନଙ୍କୁ କହିଥିଲେ। କଲୁରିଆଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ପୋଲକୁ ମହିମା ସେତୁ ରୂପରେ ମୁଖ୍ୟମନ୍ତ୍ରୀ ନାମିତ କରିଥିବା ସଚିବ କହିଥିଲେ। କୌପିନୀଧାରୀଙ୍କ ମଠକୁ ଯାଇ ସାଧୁଙ୍କ ଆର୍ଶୀବାଦ ନେବା ପରେ ବକ୍କଳ ସମାଜଙ୍କ ବତୀ ମନ୍ଦିର, ଧୂନି ମନ୍ଦିର, କାଗଜ ଘର ଆଦି ପରିଦର୍ଶନ କରିବା ପରେ ବକ୍କଳ ସାଧୁଙ୍କ ବିଶ୍ୱନାଥ ବାବାଙ୍କ ଆମ୍ବମୂଳ ଆଶ୍ରମରେ ଭିକ୍ଷା ଅର୍ଥାତ ଭୋଜନ କରିବା ପରେ ଭୁବନେଶ୍ୱର ଫେରିଯାଇଛନ୍ତି। ରାଜ୍ୟ ସରକାର ଯୋରନ୍ଦା ପୀଠକୁ ବିଶ୍ୱ ସ୍ତରୀୟ ପର୍ଯ୍ୟଟନ ସ୍ଥଳୀରେ ରୂପାନ୍ତରିତ କରିବାକୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ବିଧାୟକ ସୁଧୀର ସାମଲ ଓ ପ୍ରଣବ ପ୍ରକାଶ ଦାଶ ସଚିବଙ୍କ ପାଇଁ ସମସ୍ତ ବନ୍ଦୋବସ୍ତର ବ୍ୟବସ୍ଥା କରିଥିଲେ। ସଚିବ ରୁପା ରୋଶନ ସାହୁ, ଜିଲାପାଳ ସରୋଜ ସେଠୀ ସଚିବଙ୍କ ସହ ରହି କାର୍ଯ୍ୟକ୍ରମ ତଦାରଖ କରିଥିଲେ। ଶାନ୍ତିଶୃଙ୍ଖଳା ପାଇଁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି, ଜିଲା ଏସ୍ପି ଉପସ୍ଥିତ ରହି ଭିଡ଼ ନିୟନ୍ତ୍ରଣ କରୁଥିଲେ। ୩ ପ୍ଲାଟୁନ ପୋଲିସ ମୁତୟନ ହୋଇଥିଲେ। ତେବେ ଉଭୟ ବକ୍କଳ ଓ କୌପିନୀ ସମାଜ ସାଧୁମାନେ ବେଶ ଆଶାବାଦୀ ଅଛନ୍ତି ବୋଲି କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଢେଙ୍କାନାଳ View All
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…
ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
Archives

