ଅଟୋ ଓଲଟି ମୃତ୍ୟୁ ଘଟଣା: ଅଟୋ ମଡ଼ାଇ ମାରିଦେବା ଅଭିଯୋଗ ଆଣିଲେ ମୃତକଙ୍କ ଭାଇ

ନିରାକାରପୁର,୫ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ତାଳପଡ଼ାଠାରେ ଏକ ମାଲ୍‌ବାହୀ ଅଟୋ ରାସ୍ତା ଉପରୁ ବିଲ ମଧ୍ୟକୁ ଖସିଯିବାରୁ ନିରାକାରପୁର ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ରବୀନ୍ଦ୍ର ବେହେରା ଓରଫ ବୁଲୁ(୪୫)ଗୁରୁତର ହୋଇଥିଲେ। ଖବର ପାଇ ପରିବାର ଲୋକ ଓ କିଛି ଗ୍ରାମବାସୀ ଖୋର୍ଦ୍ଧା ମେଡିକାଲକୁ ନେଇଥିଲେ ମଧ୍ୟ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ତେବେ ଘଟଣାସ୍ଥଳରୁ ଚାଳକ ଫେରାର ହୋଇଯାଇଥିବା ବେଳେ ଦୁର୍ଘଟଣା ଘଟାଇଥିବା ଗାଡ଼ିଟିକୁ ଦୁର୍ଘଟଣା ସ୍ଥାନରୁ ମାଲିକ ନେଇ ଯାଇଥିଲେ। ବୁଧବାର ମୃତଦେହ ବ୍ୟବଚ୍ଛେଦ ହୋଇ ଆସିବା ପରେ ଅଟୋ ମାଲିକ ଏବଂ ମୃତକ ପରିବାର ମଧ୍ୟରେ କୌଣସି ଆପୋସ ସମାଧାନ  ହୋଇ ନ ପାରିବାରୁ ମୃତକଙ୍କ ସାନଭାଇ ରାଜେନ୍ଦ୍ର ବେହେରା ମୋ’ ଭାଇକୁ ଅଟୋ ମଡ଼ାଇ ମାରିଦେଇଛନ୍ତି ବୋଲି ସ୍ଥାନୀୟ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ କେସ୍‌ ନଂ ୮୫/୨୩ରେ ଏକ ମାମଲା ରୁଜୁ କରି ଏହି ମାମଲା ଉପରେ ଅନୁସନ୍ଧାନ ଚଳାଇଥିବା ସ୍ଥାନୀୟ ଥାନାଧିକାରିଣୀ ଗୀତାଞ୍ଜଳି ନାୟକ ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ହୋଇଆସିବା ପରେ ଗ୍ରାମ ଶ୍ମଶାନରେ ଦାହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?