ଭାଇ ବାହାଘର ପାଇଁ ଶପିଂ ମଲ୍‌ରୁ କରିଥିଲେ ଚୋରି, ଏବେ ଏମିତି ପଡ଼ିଲେ ଧରା

ଝାରସୁଗୁଡ଼ା ଅଫିସ,୩୦ା୭: ସହରରେ ଥିବା ଏକ ଶପିଂ ମଲ୍‌ରୁ ରବିବାର ରାତିରେ ନଗଦ ଲକ୍ଷାଧିକ ଟଙ୍କା ସହ କେତେକ ଇଲୋଟ୍ରୋନିକ୍ସ ସାମଗ୍ରୀ ଚୋରି ହୋଇଥିଲା। ଏନେଇ ମଲ୍‌ ମ୍ୟାନେଜର୍‌ ସମୀର ବିଶ୍ବାଳ ଗତ ସୋମବାର ଝାରସୁଗୁଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଝାରସୁଗୁଡ଼ା ଟାଉନ ଥାନା କେସ୍‌ ନଂ. ୩୭୪/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ୫ଦିନ ପରେ ଘଟଣାର ପର୍ଦ୍ଦାଫାଶ କରିବାରେ ପୋଲିସ ସଫଳ ହୋଇଛି। ଏଥିରେ ସମ୍ପୃକ୍ତ ଶପିଂ ମଲ୍‌ର ଜଣେ କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ପୁରୀ ଜିଲା ଡେଲାଙ୍ଗ ଥାନା ଅନ୍ତର୍ଗତ ଉଦୟପୁର ଗ୍ରାମର ଦେବ ନାୟକ(୨୪)।

ଅଭିଯୁକ୍ତଙ୍କ ନିକଟରୁ ପୋଲିସ ନଗଦ ୧ଲକ୍ଷ ୭୧ହଜାର ୪୦ ଟଙ୍କା, ୪ ସାମସଙ୍ଗ ଟାବ୍ଲେଟ,ସିସିଟିଭି ଡିଭିଆର୍‌ ଓ ଜିଓ ଇଣ୍ଟରନେଟ୍‌ ମେଶିନ ଆଦି ଚୋରି ସାମଗ୍ରୀ ଜବତ କରିଛି। ଗିରଫ ଅଭିଯୁକ୍ତଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରିବ ବୋଲି ପୋଲିସ କହିଛି । ଏନେଇ ଏସ୍‌ପି ବିକାଶ ଚନ୍ଦ୍ର ଦାସ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଅଭିଯୁକ୍ତ କର୍ମଚାରୀ ଜଣଙ୍କ ମଲ୍‌ରେ ସେଲ୍ସମ୍ୟାନ ଭାବେ କାମ କରନ୍ତ। ସେ ମାସିକ ୧୫ହଜାର ଟଙ୍କା ଦରମା ପାଆନ୍ତି। ଏହି କମ୍‌ ଦରମାରେ ପରିବାର ଚଳାଇବା ତାଙ୍କ ପକ୍ଷେ କଷ୍ଟ ହେଉଥିଲା। ଏଭଳି ସ୍ଥିତିରେ ତାଙ୍କ ଭାଇଙ୍କ ବାହାଘର ମଧ୍ୟ ରହିଥିଲା। ଏସବୁ ଦୃଷ୍ଟିରେ ରଖି କର୍ମଚାରୀ ଜଣଙ୍କ ମଲ୍‌ ପଛ ରାସ୍ତାରେ ପଶି ନଗଦ ୨ଲକ୍ଷ ୬୦ ହଜାର ଟଙ୍କା ଓ ଉପରୋକ୍ତ ଜବତ ଇଲୋଟ୍ରୋନିକ୍ସ ସାମଗ୍ରୀ ଚୋରି କରିଥିଲା। ଏନେଇ ପୋଲିସ ଦେବଙ୍କ ମୋବାଇଲ ଟ୍ରାକିଂ କରି ତାଙ୍କ ଗ୍ରାମରେ ପହଞ୍ଚି ଗିରଫ କରିଥିଲା। ଏହାକୁ ପର୍ଦ୍ଦାଫାଶ କରିବାରେ ଏସ୍‌ଡିପିଓ ନିର୍ମଳ ମହାପାତ୍ର, ଆଇଆଇସି ସାବିତ୍ରୀ ବଳ ପ୍ରମୁଖଙ୍କ ଭୂମିକା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri