ଭାଇ ବାହାଘର ପାଇଁ ଶପିଂ ମଲ୍‌ରୁ କରିଥିଲେ ଚୋରି, ଏବେ ଏମିତି ପଡ଼ିଲେ ଧରା

ଝାରସୁଗୁଡ଼ା ଅଫିସ,୩୦ା୭: ସହରରେ ଥିବା ଏକ ଶପିଂ ମଲ୍‌ରୁ ରବିବାର ରାତିରେ ନଗଦ ଲକ୍ଷାଧିକ ଟଙ୍କା ସହ କେତେକ ଇଲୋଟ୍ରୋନିକ୍ସ ସାମଗ୍ରୀ ଚୋରି ହୋଇଥିଲା। ଏନେଇ ମଲ୍‌ ମ୍ୟାନେଜର୍‌ ସମୀର ବିଶ୍ବାଳ ଗତ ସୋମବାର ଝାରସୁଗୁଡ଼ା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଝାରସୁଗୁଡ଼ା ଟାଉନ ଥାନା କେସ୍‌ ନଂ. ୩୭୪/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ୫ଦିନ ପରେ ଘଟଣାର ପର୍ଦ୍ଦାଫାଶ କରିବାରେ ପୋଲିସ ସଫଳ ହୋଇଛି। ଏଥିରେ ସମ୍ପୃକ୍ତ ଶପିଂ ମଲ୍‌ର ଜଣେ କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ପୁରୀ ଜିଲା ଡେଲାଙ୍ଗ ଥାନା ଅନ୍ତର୍ଗତ ଉଦୟପୁର ଗ୍ରାମର ଦେବ ନାୟକ(୨୪)।

ଅଭିଯୁକ୍ତଙ୍କ ନିକଟରୁ ପୋଲିସ ନଗଦ ୧ଲକ୍ଷ ୭୧ହଜାର ୪୦ ଟଙ୍କା, ୪ ସାମସଙ୍ଗ ଟାବ୍ଲେଟ,ସିସିଟିଭି ଡିଭିଆର୍‌ ଓ ଜିଓ ଇଣ୍ଟରନେଟ୍‌ ମେଶିନ ଆଦି ଚୋରି ସାମଗ୍ରୀ ଜବତ କରିଛି। ଗିରଫ ଅଭିଯୁକ୍ତଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରିବ ବୋଲି ପୋଲିସ କହିଛି । ଏନେଇ ଏସ୍‌ପି ବିକାଶ ଚନ୍ଦ୍ର ଦାସ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଅଭିଯୁକ୍ତ କର୍ମଚାରୀ ଜଣଙ୍କ ମଲ୍‌ରେ ସେଲ୍ସମ୍ୟାନ ଭାବେ କାମ କରନ୍ତ। ସେ ମାସିକ ୧୫ହଜାର ଟଙ୍କା ଦରମା ପାଆନ୍ତି। ଏହି କମ୍‌ ଦରମାରେ ପରିବାର ଚଳାଇବା ତାଙ୍କ ପକ୍ଷେ କଷ୍ଟ ହେଉଥିଲା। ଏଭଳି ସ୍ଥିତିରେ ତାଙ୍କ ଭାଇଙ୍କ ବାହାଘର ମଧ୍ୟ ରହିଥିଲା। ଏସବୁ ଦୃଷ୍ଟିରେ ରଖି କର୍ମଚାରୀ ଜଣଙ୍କ ମଲ୍‌ ପଛ ରାସ୍ତାରେ ପଶି ନଗଦ ୨ଲକ୍ଷ ୬୦ ହଜାର ଟଙ୍କା ଓ ଉପରୋକ୍ତ ଜବତ ଇଲୋଟ୍ରୋନିକ୍ସ ସାମଗ୍ରୀ ଚୋରି କରିଥିଲା। ଏନେଇ ପୋଲିସ ଦେବଙ୍କ ମୋବାଇଲ ଟ୍ରାକିଂ କରି ତାଙ୍କ ଗ୍ରାମରେ ପହଞ୍ଚି ଗିରଫ କରିଥିଲା। ଏହାକୁ ପର୍ଦ୍ଦାଫାଶ କରିବାରେ ଏସ୍‌ଡିପିଓ ନିର୍ମଳ ମହାପାତ୍ର, ଆଇଆଇସି ସାବିତ୍ରୀ ବଳ ପ୍ରମୁଖଙ୍କ ଭୂମିକା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri