ଶଯ୍ୟାଶାୟୀ ବୃଦ୍ଧାଙ୍କ ତଣ୍ଟିକାଟି ହତ୍ୟା

ଭୁବନେଶ୍ୱର,୧୭।୮(ସତ୍ୟଜିତ୍‌ ରାଉତ)ଭରତପୁର ଥାନା ଅନ୍ତର୍ଗତ ଖଣ୍ଡଗିରି ବାରି ବସ୍ତିରେ ମଙ୍ଗଳବାର ସ୍ବାଧୀନତା ଦିବସରେ ଏକ ହତ୍ୟାକାଣ୍ଡ ଘଟିଛି। ଶଯ୍ୟାଶାୟୀ ଥିବା ଜଣେ ବୃଦ୍ଧାଙ୍କୁ ଗଳାକାଟି ଅତି ନିର୍ମମ ଭାବେ କେହି ହତ୍ୟା କରିଛନ୍ତି। ମୃତା ବୃଦ୍ଧା ହେଲେ ଏଠାରେ ରହୁଥିବା ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ଇନ୍ଦ୍ରଗଡ଼ର ମଦା ପଲେଇ (୬୦)। ଏପରିକି ଉକ୍ତ ଘର ଭିତରୁ ତାଙ୍କ ବୋହୂ ବୈଶାଖୀ ଅଚେତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ବୁଧବାର ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ମୃତ ବୃଦ୍ଧାଙ୍କ ଭଉଣୀ ସୁନିତା ତରାଇଙ୍କ ଏତଲା ଆଧାରରେ ପୋଲିସ ଏକ ହତ୍ୟା ମାମଲା (ନଂ.୩୫୪/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ଆହତ ବୋହୂ ବୈଶାଖୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ ବୟାନ ଘଟଣାକୁ ଅଧିକ ରହସ୍ୟମୟ କରିଦେଉଛି। କେତେଜଣ ଦୁର୍ବୃତ୍ତ ଓନି ଦ୍ୱାରା ତାଙ୍କ ତଣ୍ଟିକୁ ଚିପି ଦେବାରୁ ସେ ଅଚେତ ହୋଇପଡିଥିଲେ। ହେଲେ ସେମାନଙ୍କ ମଧ୍ୟରୁ କାହାକୁ ଚିହ୍ନି ନ ଥିବା ସେ ପୋଲିସକୁ କହିଛନ୍ତି। ତେବେ ସେହି ହତ୍ୟାକାରୀ ଦୁର୍ବୃତ୍ତମାନେ କିଏ ତାହାକୁ ନେଇ ପୋଲିସ ଖୋଳତାଡ଼ ଚଳାଇଥିବାବେଳେ କେହି ଚିହ୍ନାପରିଚିତ ଏଥିରେ ସମ୍ପୃକ୍ତ ଥିବା ସନ୍ଦେହ କରି ସେହି ଦିଗକୁ ତଦନ୍ତ ପରିସରଭୁକ୍ତ କରିଛି।
ଅନୁଯାୟୀ, ମୃତା ବୃଦ୍ଧା ମଦା ଗାଁରେ ଏକ ତେଜରାତି ଦୋକାନ କରିଛନ୍ତି। ପୂର୍ବରୁ ତାଙ୍କ ସ୍ବାମୀଙ୍କର ମୃତ୍ୟୁ ଘଟିଥିବାବେଳେ ସାନ ପୁଅ ମଣ୍ଟୁ ଖଣ୍ଡଗିରି ବାରିରେ ରହି କାମଧନ୍ଦା କରନ୍ତି। ସେହିଭଳି ବଡ଼ ପୁଅ ରବୀନ୍ଦ୍ର ଡ୍ରାଇଭର ଭାବେ କାମ କରିବା ସହ ଅଧିକାଂଶ ସମୟ ଗାଁକୁ ଯିବାଆସିବା କରିଥାନ୍ତି। ଗାଁରେ ମଦାଙ୍କ ସହ ବଡ଼ ବୋହୂ ବୈଶାଖୀ ରହୁଥିଲେ। ଗତ ଜୁଲାଇ ୧ ରାତିରେ ତାଙ୍କ ଘରେ ପଶିଥିବା ଦୁର୍ବୃତ୍ତଙ୍କ ଆକ୍ରମଣରେ ମଦା ଗୁରୁତର ହୋଇଥିଲେ। ମଦାଙ୍କୁ ପ୍ରଥମେ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଏହାପରେ ଆଉ ଦୁଇଟି ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଗତ ୮ତାରିଖରେ ଖଣ୍ଡଗିରି ବାରି ବସ୍ତିସ୍ଥିତ ପୁଅ ଘରେ ରହିଥିଲେ। ସେ ଶଯ୍ୟାଶାୟୀ ଅବସ୍ଥାରେ ରହୁଥିବାବେଳେ ବୋହୂ ବୈଶାଖୀ ତାଙ୍କ ପାଖରେ ରହି ଦେଖାଶୁଣା କରୁଥିଲେ। ମଙ୍ଗଳବାର ସା ପ୍ରାୟ ୭ଟାରେ ସାନପୁଅ ମଣ୍ଟୁ ମେଡିସିନ୍‌ ପାଇଁ ବାହାରକୁ ଯାଇଥିଲେ। ଘରେ କେବଳ ବୈଶାଖୀ ଓ ଅସୁସ୍ଥ ଶାଶୁ ମଦା ଥିଲେ। କିଛି ସମୟ ପରେ ମଣ୍ଟୁ ଘରକୁ ଫେରି ବୋଉଙ୍କ ତଣ୍ଟି କଟାଯାଇଥିବା ଓ ଭାଉଜ ବୈଶାଖୀ ଅଚେତ ଅବସ୍ଥାରେ ତଳେ ପଡ଼ିଥିବା ଦେଖି ପଡ଼ୋଶୀଙ୍କୁ ଜଣାଇବା ସହ ପୋଲିସକୁ ଖବର ଦେଇଥିଲେ। ଡିସିପି ପ୍ରତୀକ ସିଂଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri