ବୁଡ଼ାଗୁଡ଼ା-ଗୁମିକିଆ ରାସ୍ତା ସାରା ଖାଲ, ଗର୍ଭବତୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା କଷ୍ଟକର

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆ ଓ ଅଲିମାହା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି।
ପ୍ରକାଶ ଯେ, ବୁଡ଼ାଗୁଡ଼ାଠାରୁ ଅଲିମାହା ଗ୍ରାମକୁ ପ୍ରାୟ ୭ କିଲୋମିଟର ରାସ୍ତା ଖାଲଖମା ହୋଇ ରହିଥିବା ବେଳେ ଯାତାୟାତରେ ସମସ୍ୟା ଦେଖାଯାଉଛି। ବିଶେଷକରି ଗର୍ଭବତୀ ମହିଳା ଓ ଅନ୍ୟ ରୋଗୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା ବହୁତ କଷ୍ଟ ହେଉଛି। ଦୀର୍ଘଦିନ ହେଲା ଉକ୍ତ ରାସ୍ତା ମରାମତି କରାଯାଉନାହିଁ ଏକ ଦଶନ୍ଧି ପୂର୍ବରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ଉକ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ କରାଯାଇଥିବା ବେଳେ ତାକୁ ଆଉ ତଦାରଖ କରାଯାଉନାହିଁ। ବୁଡ଼ାଗୁଡ଼ା ପଞ୍ଚାୟତ ସମେତ ଗୁମିକିଆ ପଞ୍ଚାୟତ ଓ ପଡ଼ୋଶୀ କୋଟଗଡ଼ ବ୍ଲକର କିଛି ଅଞ୍ଚଳର ହଜାର ହଜାର ଜନସାଧାରଣ ଉକ୍ତ ରାସ୍ତା ଉପରେ ନିର୍ଭର କରୁଛନ୍ତି। ସେହିପରି ବିଦ୍ୟାଳୟକୁ ଓ କଲେଜ ଛାତ୍ରୀଛାତ୍ର ଉକ୍ତ ରାସ୍ତାରେ ଯାତାୟାତ କରିବାରେ ସମସ୍ୟା ହେବା ସହ ବାରମ୍ବାର ଉକ୍ତ ରାସ୍ତାରେ ଦୁର୍ଘଟଣା ଘଟୁଛି ବୋଲି ଅଲିମାହା ଗ୍ରାମର ଡାଇକା ପ୍ରଧାନ କହିଛନ୍ତି। ଅଞ୍ଚଳବାସୀ ବାରମ୍ବାର ଏନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ ସୁଦ୍ଧା କେହି ଗୁହାରି ଶୁଣୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ୟାମସୁନ୍ଦର ସିଂ କହିଛନ୍ତି ଉକ୍ତ ରାସ୍ତା ମରାମତି ପାଇଁ ଟେଣ୍ଡର ସରିଛି। ଖୁବ ଶୀଘ୍ର କାର୍ଯ୍ୟ କରାଯିବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri