Posted inଭଦ୍ରକ

ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ ହେବ ବୌଦ୍ଧବିହାର

ଭଣ୍ଡାରିପୋଖରୀ, ୮।୧୧(ଡି.ଏନ.ଏ)  ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁରଠାରେ ରହିଛି ପ୍ରାଚୀନ ବୌଦ୍ଧବିହାର। ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ ଏହି ବୌଦ୍ଧବିହାରକୁ ଭଦ୍ରକ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ ପାଇଁ ବିଭାଗ ପକ୍ଷରୁ ଶନିବାର ସର୍ବେକ୍ଷଣ କରାଯାଇଛି। ଭଦ୍ରକ ଓ ବାଲେଶ୍ୱର ଜିଲା ପର୍ଯ୍ୟଟନ ଅଧିକାରୀ ଜି.କେ. ସାହୁ ଓ ସହକାରୀ ପର୍ଯ୍ୟଟନ ଅଧିକାରୀ ମୋନାଲିସା ଜେନା ବୌଦ୍ଧବିହାରରେ ପହଞ୍ଚି ପ୍ରବେଶ ଦ୍ୱାର, ବୌଦ୍ଧବିହାର ମାଉଣ୍ଟ, ରଘୁନାଥଜୀଉ ମନ୍ଦିର, ଉତ୍ତରପାର୍ଶ୍ୱ କାନ୍ଥରେ ଖୋଦେଇ ହୋଇ ରହିଥିବା ବୁଦ୍ଧଦେବଙ୍କ ଅଷ୍ଟମହାଶ୍ଦର୍ଯ୍ୟ ମୂର୍ତ୍ତି, ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ନିର୍ମିତ ସଂଗ୍ରହାଳୟରେ ସ୍ଥାନିତ ମୂର୍ତ୍ତି, ବୌଦ୍ଧବିହାର ଚତୁଃପାର୍ଶ୍ୱ ଓ ଅନ୍ୟାନ୍ୟ ଦିଗ ଉପରେ ସର୍ବେକ୍ଷଣ କରିଥିଲେ। ଯୁବ ସାମାଜିକ କର୍ମୀ ବିଶ୍ବମ୍ବର ରାଉତ ଏଥିରେ ସହଯୋଗ କରିଥିଲେ। ଆଗାମୀ ୬ ମାସ ବ୍ୟବଧାନରେ ଦ୍ୱିତୀୟ ପର୍ଯ୍ୟାୟ ସର୍ବେକ୍ଷଣ କରାଯାଇ ପର୍ଯ୍ୟଟନ ବିଶେଷଜ୍ଞ କମିଟି ନିକଟରେ ଉପସ୍ଥାପନ କରାଯିବ। କମିଟି ସୁପାରିଶ ଆଧାରରେ ଓ ଜିଲାପାଳଙ୍କ ଅନୁମୋଦନ ଭିତ୍ତିରେ ଜିଲା ପର୍ଯ୍ୟଟନ ମାନଚିତ୍ରରେ ଏହି ବୌଦ୍ଧବିହାରକୁ ସ୍ଥାନ ଦିଆଯାଇପାରିବ ବୋଲି ପର୍ଯ୍ୟଟନ ଅଧିକାରୀ କହିଛନ୍ତି। ଭାରତ ସରକାରଙ୍କ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ, ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ସମନ୍ବୟରେ ଏହି ବୌଦ୍ଧବିହାରର ବିକାଶ ସମ୍ଭବ ହୋଇପାରିବ ବୋଲି ଅଧିକାରୀ ଆଶା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri