Posted inଭଦ୍ରକ

ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ ହେବ ବୌଦ୍ଧବିହାର

ଭଣ୍ଡାରିପୋଖରୀ, ୮।୧୧(ଡି.ଏନ.ଏ)  ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁରଠାରେ ରହିଛି ପ୍ରାଚୀନ ବୌଦ୍ଧବିହାର। ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ ଏହି ବୌଦ୍ଧବିହାରକୁ ଭଦ୍ରକ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ ପାଇଁ ବିଭାଗ ପକ୍ଷରୁ ଶନିବାର ସର୍ବେକ୍ଷଣ କରାଯାଇଛି। ଭଦ୍ରକ ଓ ବାଲେଶ୍ୱର ଜିଲା ପର୍ଯ୍ୟଟନ ଅଧିକାରୀ ଜି.କେ. ସାହୁ ଓ ସହକାରୀ ପର୍ଯ୍ୟଟନ ଅଧିକାରୀ ମୋନାଲିସା ଜେନା ବୌଦ୍ଧବିହାରରେ ପହଞ୍ଚି ପ୍ରବେଶ ଦ୍ୱାର, ବୌଦ୍ଧବିହାର ମାଉଣ୍ଟ, ରଘୁନାଥଜୀଉ ମନ୍ଦିର, ଉତ୍ତରପାର୍ଶ୍ୱ କାନ୍ଥରେ ଖୋଦେଇ ହୋଇ ରହିଥିବା ବୁଦ୍ଧଦେବଙ୍କ ଅଷ୍ଟମହାଶ୍ଦର୍ଯ୍ୟ ମୂର୍ତ୍ତି, ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ନିର୍ମିତ ସଂଗ୍ରହାଳୟରେ ସ୍ଥାନିତ ମୂର୍ତ୍ତି, ବୌଦ୍ଧବିହାର ଚତୁଃପାର୍ଶ୍ୱ ଓ ଅନ୍ୟାନ୍ୟ ଦିଗ ଉପରେ ସର୍ବେକ୍ଷଣ କରିଥିଲେ। ଯୁବ ସାମାଜିକ କର୍ମୀ ବିଶ୍ବମ୍ବର ରାଉତ ଏଥିରେ ସହଯୋଗ କରିଥିଲେ। ଆଗାମୀ ୬ ମାସ ବ୍ୟବଧାନରେ ଦ୍ୱିତୀୟ ପର୍ଯ୍ୟାୟ ସର୍ବେକ୍ଷଣ କରାଯାଇ ପର୍ଯ୍ୟଟନ ବିଶେଷଜ୍ଞ କମିଟି ନିକଟରେ ଉପସ୍ଥାପନ କରାଯିବ। କମିଟି ସୁପାରିଶ ଆଧାରରେ ଓ ଜିଲାପାଳଙ୍କ ଅନୁମୋଦନ ଭିତ୍ତିରେ ଜିଲା ପର୍ଯ୍ୟଟନ ମାନଚିତ୍ରରେ ଏହି ବୌଦ୍ଧବିହାରକୁ ସ୍ଥାନ ଦିଆଯାଇପାରିବ ବୋଲି ପର୍ଯ୍ୟଟନ ଅଧିକାରୀ କହିଛନ୍ତି। ଭାରତ ସରକାରଙ୍କ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ, ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ସମନ୍ବୟରେ ଏହି ବୌଦ୍ଧବିହାରର ବିକାଶ ସମ୍ଭବ ହୋଇପାରିବ ବୋଲି ଅଧିକାରୀ ଆଶା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri