ବଜେଟ ଖର୍ଚ୍ଚ ୫୧ ହଜାର କୋଟି

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ସତ୍ତ୍ୱେ ରାଜ୍ୟରେ ରାଜସ୍ବ ଆଦାୟ ବୃଦ୍ଧି ଘଟିଛି। ଗତବର୍ଷ ତୁଳନାରେ ୨୦୨୦ ଅକ୍ଟୋବର ଶେଷ ସୁଦ୍ଧା ୨.୨୭ ପ୍ରତିଶତ ରାଜସ୍ବ ବୃଦ୍ଧି ଘଟିଛି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ବୈଠକରେ ଏହି ସୂଚନା ଦିଆଯାଇଛି।
ବୈଠକରୁ ଜଣାପଡିଛି ଯେ, ୨୦୨୦ ଅକ୍ଟୋବର ଶେଷ ସୁଦ୍ଧା ଉଭୟ ନିଜସ୍ବ ଟିକସ ଏବଂ ଅଣଟିକସ କ୍ଷେତ୍ରରେ ୨.୨୭ ପ୍ରତିଶତ ରାଜସ୍ବ ଅଭିବୃଦ୍ଧି ଘଟିଛି। ୨୦୧୯ ଅକ୍ଟୋବର ଶେଷ ସୁଦ୍ଧା ୨୫୦୦୨.୮୪ କୋଟି ଆଦାୟ ହୋଇଥିବା ବେଳେ ଚଳିତ ବର୍ଷ ରାଜସ୍ବ ଆଦାୟ ୨୫୫୭୧.୪୩ କୋଟି ଟଙ୍କାରେ ପହଞ୍ଚିଛି। ଚଳିତ ଆର୍ଥିକ ବର୍ଷରେ ଅଣଟିକସ ଅଭିବୃଦ୍ଧି ୨୩.୪୧ ପ୍ରତିଶତ ରହିଛି। ୨୦୧୯ ଅକ୍ଟୋବର ଶେଷ ସୁଦ୍ଧା ୭୫୩୩.୨୬ କୋଟି ଅଣଟିକସ ଆଦାୟ ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୮୨୯୬.୬୦ କୋଟି ଟଙ୍କା ଆଦାୟ ହୋଇଛି। ଲକ୍‌ଡାଉନ ଓ ଶଟ୍‌ଡାଉନ ମଧ୍ୟରେ ଅକ୍ଟୋବର ଶେଷ ସୁଦ୍ଧା ବଜେଟର ୫୧ ହଜାର କୋଟି ବ୍ୟୟ କରାଯାଇଛି। ସେଥିରୁ ୨୬ ହଜାର କୋଟି କେବଳ ସାମାଜିକ କ୍ଷେତ୍ରରେ ବିନିଯୋଗ କରାଯାଇଥିବା ବୈଠକରେ ସୂଚନା ଦିଆଯାଇଛି।
ଅର୍ଥ ବିଭାଗ ସଚିବ ଅଶୋକ କୁମାର ମୀନା ବିଭିନ୍ନ ବିଭାଗର ଆର୍ଥିକ ପରିଚାଳନାର ସମୀକ୍ଷା କରିଥିଲେ। ଜୀବନଜୀବିକା ଓ ଭିତ୍ତିଭୂମି ନିର୍ମାଣ ଉପରେ ଅଧିକ ଫୋକସ ଦେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓଏମ୍‌ବିଏଡିସି ଏବଂ ଡିଏମ୍‌ଏଫ୍‌ ପାଣ୍ଠିରୁ ବିଭିନ୍ନ ପ୍ରକଳ୍ପ ପାଇଁ ୨୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ସୂଚନା ଦେଇଥିଲେ। ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ନିଜର ବଜେଟ ପ୍ରସ୍ତୁତି ଶେଷ ସୁଦ୍ଧା ସମାପ୍ତ କରିବାକୁ ବିଭିନ୍ନ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମା, ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ୍ତ କୁମାର ଜେନା, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri